ମେଷ: ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ ଓ ଶତ୍ରୁ ଏଥୁରୁ କିଛି ମାତ୍ରାରେ ମୁକ୍ତି ମଳିବ। ପରେପକାର, ସମାଜସେବା ଓ ଧାର୍ମିକ କାର୍ଯ୍ୟରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ମେଷ ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗୀ ଓ ସମ୍ମାନ ମିଳିବ ।ଯେଉଁମାନଙ୍କର ଅଶ୍ବିନୀ ଓ କୃତ୍ତିକା ମେଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା:୬, ଆରାଧନା: ପ୍ରଭୁ ସ୍କନ୍ଦ ।
ବୃଷ: ଘାତବାର ଓ ଘାତଚନ୍ଦ୍ର ଯୋଗୁ ବାଦବିବାଦ, ଅନ୍ୟ ସହିତ କଥାବାର୍ତ୍ତା ଏବଂ ବନ୍ଧୁ ଓ ସହକର୍ମୀଙ୍କ ସହ ଜଗିରଖୁ ଚଳିବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ପଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ କର୍ମ ବିବାଦୀୟ ହେବ । କର୍ମରେ ବିଫଳତା, ସମ୍ମାନହାନି ଏବଂ ସହକର୍ମୀଙ୍କ ସହ ମତାନ୍ତର ହେବ । ଯେଉଁମାନଙ୍କର ରୋହିଣୀ ବୃଷ ଓ ଯାହାର ପ୍ରଥମ ନାମାକ୍ଷର ଓ, ବା, ବି, ବୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା:୧୧୨, ଆରାଧନା: ମା’ ସମଲେଶ୍ୱରୀ |
ମିଥୁନ: ଚତୁର୍ଥ ଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ,ଘରୋଇ ଉପକରଣ, ଯାନବାହନ ଓ ଭୂମି କ୍ରୟ କରିପାରନ୍ତି। ଆର୍ଥିକ ଅବସ୍ଥାରେ ଉନ୍ନତି ଏବଂ ଆକସ୍ମିକ ଧନପ୍ରାପ୍ତି ଏବଂ ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦସୁ ଅଧିକାରୀଙ୍କ ସହାୟତା ପ୍ରାପ୍ତ କରିବେ । ଯେଉଁମାନଙ୍କର ମୃଗଶିରା ଓ ଆଦ୍ରା ମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଚକୋଲେଟ୍, ସଂଖ୍ୟା: ୮, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।
କର୍କଟ: ନୂତନ କର୍ମାରମ୍ଭ କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ । ସୁଖବର ଓ ସସମ୍ମାନ ମିଳିବ ଏବଂ ସମସ୍ତ କର୍ମରେ ଆପଣଙ୍କର ପ୍ରତ୍ୟୁତ୍ପନ୍ନମତି,କର୍କଟ ଦୂରଦୃଷ୍ଟି ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ବ୍ୟବସାୟରେ ଉନ୍ନତି କରିବା ପାଇଁ ଯୋଜନା କରିବେ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ଭଗବାନ ଶିବ।
ସିଂହ: ଘାତବାର, ଘାତତିଥି ଏବଂ ଦ୍ବାଦଶ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ମୁକ୍ତ ହେବେ । କର୍ମରେ ପରିଶ୍ରମ ତୁଳନାରେ ସଫଳତା କମ୍ ମିଳିବ ଏବଂ ସମୟାନୁବର୍ତିତାର ଅଭାବ ରହିବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପୀ, ସଂଖ୍ୟା: ୬,
ଆରାଧନା: ମା’ ମାତଙ୍ଗୀ।
କନ୍ଯା: ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍ ରହିବ । ଧନ,ମାନ, ସମ୍ମାନ, ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା,ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ ଏବଂ କର୍ମରେ ସଫଳତା, ସମ୍ମାନ ପରିଶ୍ରମ ତୁଳନାରେ ଅଧୁକ ରହିବ। ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୬, ଆରାଧନା: ମା’ ଛିନ୍ନମସ୍ତା ।
ତୁଳା: ଦ୍ବାଦଶ ଚନ୍ଦ୍ର ଓ ଶନିବାର ଯୋଗୁ ଅଯଥା ଖର୍ଚ, ବଦ୍ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଅପେକ୍ଷାକୃତ କମ୍ ରହିବ ଏବଂ ସମସ୍ତ କର୍ମରେ ତପ୍ତତା ଓ ସମୟାନବୁର୍ରିତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍ ରହିବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ଅଟକିଥିବା ସମସ୍ତ କର୍ମକୁ ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଚିତ୍ରା ଓ ଵାତୀ ତୁଳା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୮, ଆରାଧନା: ପ୍ରଭୁ ଗାୟତ୍ରୀ ।
ବିଛା: ଏକାଦଶ ଚନ୍ଦ୍ର ଯୋଗୁ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ ଏବଂ ଆୟର ମାର୍ଗ ଅତି ଉତ୍ତମ ହେବ। ଆକସ୍ମିକ ଧନଲାଭ,କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଅତି ଉତ୍ତମ ହେବ । ମୂଲ୍ୟବାନ ଧାତୁ, ଭୂମି କ୍ରୟ କରିବେ ଏବଂ ଧନର ସତ୍ ବିନିଯୋଗ କରିବେ । କର୍ମରେ ସଫଳତା, ଉନ୍ନତି ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୩, ଆରାଧନା: ମା’ ଚଣ୍ଡୀ ।
ଧନୁ: ଦଶମ ଚନ୍ଦ୍ର ଯୋଗୁ କର୍ମରେ ଉନ୍ନତି ଏବଂ କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ମନରେ ସନ୍ତା,ଧନୁ ସମ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଦେହ, ମନ ସୁସ୍ଥ ରହିବ। ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ ସେମାନେ ସୁଫଳ ପାଇବେ।
ଶୁଭରଙ୍ଗ: ଲାଲ, ସଂଖ୍ୟା: ୨, ଆରାଧନା: ପ୍ରଭୁ ଗଜାନନ।
ମକର: କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ମନରେ ଅସ୍ଥିରତା, ପରିବାରରେ ବିବାଦ ଏବଂ ପୁରାତନ ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିବ । ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ସ୍ଵଳ୍ପ ହେବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର
ଶ୍ରବଣା ମକର ଓ ଯାହାର ପ୍ରଥମ ନାମାକ୍ଷର ଖୁ, ଖୁ, ଖେ, ଖୋ ସେମାନେ ସତର୍କ ହେବେ । ଶୁଭରଙ୍ଗ: ବାଇଗଣୀ, ସଂଖ୍ୟା: ୩, ଆରାଧନା: ମା’ ଦୁର୍ଗା ।
କୁମ୍ଭ: ଅଷ୍ଟମ ଚନ୍ଦ୍ର ଯୋଗୁ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ। ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ତୁଳନାରେ ବଦ୍ଖର୍ଚ୍ଚ ଅଧ୍ୟକ ରହିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅନଧିକାର ଚର୍ଚ୍ଚା, ବୃଥା ଭ୍ରମଣ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । କର୍ମରେ ବିଫଳତା ଏବଂ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ସେ, ସୋ, ଦା ସେମାନେ ସତର୍କ ହେବେ। ଶୁଭରଙ୍ଗ: କଳା, ସଂଖ୍ୟା:୧୧, ଆରାଧନା: ମା’ କାଳୀ ।
ମୀନ: ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ। ସ୍ତ୍ରୀ ସୌଖ୍ୟ, ସ୍ତ୍ରୀହେତୁକ ଧନପ୍ରାପ୍ତି ଏବଂ ଅପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟର କିଛି ଅଂଶ ମୂଲ୍ୟବାନ ଧାତୁ, ବସନଭୂଷଣ କ୍ରୟରେ ବିନିଯୋଗ କରିବେ। କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ଉପକୃତ ହେବେ । ଶୁଭରଙ୍ଗ:ହଳଦିଆ, ସଂଖ୍ୟା : ୭, ଆରାଧନା: ମା’ ତାରା ।