ରାଷ୍ଟ୍ରୀୟ ଏକତା ଦିବସ: ବିକାଶ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ‘ରନ୍ ଫର୍ ୟୁନିଟି’ ଗଣଦୌଡ଼ କାର୍ଯ୍ୟକ୍ରମ ଆୟୋଜିତ

You are currently viewing ରାଷ୍ଟ୍ରୀୟ ଏକତା ଦିବସ: ବିକାଶ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ‘ରନ୍ ଫର୍ ୟୁନିଟି’ ଗଣଦୌଡ଼ କାର୍ଯ୍ୟକ୍ରମ ଆୟୋଜିତ

ଅନୁଗୁଳ: ଲୌହପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ବିକାଶ ଫାଉଣ୍ଡେସନ ଟ୍ରଷ୍ଟ, ନେହରୁ ଯୁବ କେନ୍ଦ୍ର ସଂଗଠନ (ଏନଓ୍ୱାଇକେଏସ) ଓ ଏନଏସଏସର ମିଳିତ ଆୟୋଜନରେ ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ରନ୍ ଫର୍ ୟୁନିଟି (ଏକତା ପାଇଁ ଦୌଡ଼) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିବା ପାଇଁ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଦେଇଥିବା ତ୍ୟାଗର ବାର୍ତ୍ତା ଲୋକମାନଙ୍କ ପାଖରେ ପହଞ୍ଚାଇବା ଲକ୍ଷ୍ୟରେ ଅନୁଗୁଳ, ଖମାର, ଛେଣ୍ଡିପଦା, ଆଠମଲ୍ଲିକ ଓ ତାଳଚେର ଠାରେ ଗଣଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଶତାଧିକ ନାଗରିକ, ଛାତ୍ରଛାତ୍ରୀ, ସ୍ୱେଚ୍ଛାସେବୀମାନେ ସାମିଲ ହୋଇ ଜାତୀୟ ଏକତା ଓ ଅଖଣ୍ଡତାର ସୁରକ୍ଷା ପାଇଁ ସାମୂହିକ ଶପଥ ପାଠ କରିଥିଲେ।

Share

Leave a Reply