ଶୈଳ ଶ୍ରୀକ୍ଷେତ୍ରରେ ଘୋଷ ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ, ଭକ୍ତଙ୍କ ସୁବିଧାକୁ ସର୍ବାଧିକ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ

You are currently viewing ଶୈଳ ଶ୍ରୀକ୍ଷେତ୍ରରେ ଘୋଷ ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ, ଭକ୍ତଙ୍କ ସୁବିଧାକୁ ସର୍ବାଧିକ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ

ଅନୁଗୁଳ: ଚଳିତ ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ମହାପ୍ରଭୁଙ୍କ ଘୋଷ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଆୟୋଜିତ ହୋଇଛି।
ଶୈଳ ଶ୍ରୀକ୍ଷେତ୍ରରେ ଶ୍ରୀଗୁଣ୍ଡିଚା ଯାତ୍ରା ଓ ବାହୁଡା ଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା କରିବା ନିମନ୍ତେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ରଥଯାତ୍ରାକୁ ସୁପରିଚାଳନା ଲାଗି ପ୍ରଶାସନ ପକ୍ଷରୁ ସମସ୍ତଙ୍କ ସହଯୋଗ କାମନା କରାଯାଇଥିଲା। ରଥ ଚାଲୁଥିବା ବଡଦାଣ୍ଡର ଉଭୟ ପାର୍ଶ୍ବରେ ଥିବା ଖାଲଖମା ସମେତ ଅନ୍ୟାନ୍ୟ ସମସ୍ୟା ଦୂର କରିବା ଉପରେ ଜିଲ୍ଲାପାଳ ଗୁରୁତ୍ବାରୋପ କରିଥିଲେ । ଟ୍ରାଫିକ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ଆରକ୍ଷୀ ଅଧୀକ୍ଷକଙ୍କୁ ପରାମର୍ଶ ଦିଆଯାଇଛି।
ଏଥିସହ ଆସନ୍ତାକାଲି ଠାକୁରଙ୍କ ଦେବସ୍ନାନ ପୂର୍ଣ୍ଣିମାକୁ ସଠିକ ପରିଚାଳନା କରିବା ଉପରେ ସମସ୍ତେ ଗୁରୁତ୍ୱ ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ମଧୁସ୍ମିତା ବିଶି, ମନ୍ଦିର ପରିଚାଳନା କମିଟିର ସମ୍ପାଦକ ହେମନ୍ତ କୁମାର ଦାସ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଅବକାରୀ ଅଧୀକ୍ଷକ ମଧୁସ୍ମିତା ନାୟକ, ପୌରପାଳିକାର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ମନ୍ଦିର ପରିଚାଳନା କମିଟିର ସଦସ୍ୟ ପରମାନନ୍ଦ ମିଶ୍ର, ଭବାନୀ ପ୍ରସାଦ ମିଶ୍ର, ଭକ୍ତ ପ୍ରସାଦ ଦାସ, ଆନନ୍ଦ ଚନ୍ଦ୍ର ମହାପାତ୍ରଙ୍କ ସମେତ ଅନ୍ୟାନ୍ୟ ସଦସ୍ୟ ତଥା ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

Share

Leave a Reply