ଅନୁଗୁଳ : ଲଘୁଚାପ ଜନିତ ପ୍ରବଳ ବର୍ଷା ନେଇ ରାଜ୍ୟରେ ସତର୍କତା ଜାରି । ଆଜି ଅତି ପ୍ରବଳ ବର୍ଷା ନେଇ ରାଜ୍ୟର ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼ ଓ ଅନୁଗୁଳ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଲଘୁଚାପ ଜନିତ ବର୍ଷା, ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
- Post published:June 12, 2021
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau

Tags: Angul