ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଅନୁଗୁଳ ପ୍ରଶାସନର ପ୍ରସ୍ତୁତି ବୈଠକ

You are currently viewing ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଅନୁଗୁଳ ପ୍ରଶାସନର ପ୍ରସ୍ତୁତି ବୈଠକ

ଅନୁଗୁଳ: ୭୭ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଆୟୋଜିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଉତ୍ସବ ଅନୁଗୁଳ ପିଟିସି ପଡିଆରେ କରିବାକୁ ନିଷ୍ପତ୍ତି ହୋଇଛି। ସେଦିନ ପ୍ରତ୍ୟୁଷରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ରାମଧୁନ ଗାନ କରାଯାଇ ସହର ପରିକ୍ରମା କରାଯିବ।

ସକାଳ ୬.୩୦ ମିନିଟରୁ ୭ ଟା ମଧ୍ୟରେ ବିଦ୍ୟାଳୟର ଛାତ୍ରଛାତ୍ରୀ ପ୍ରଭାତଫେରି କରିବେ। ସକାଳ ୭.୩୦ ରେ ବିଭିନ୍ନ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯିବ। ନିର୍ଦ୍ଧାରିତ ସମୟ ସକାଳ ୯.୧୫ ମିନିଟ୍ ସମୟରେ ପିଟିସି ପଡିଆ ଠାରେ ରାଜ୍ୟ ସରକାରଙ୍କ ଦ୍ବାରା ସ୍ଥିରୀକୃତ ମୁଖ୍ୟ ଅତିଥି ଆନୁଷ୍ଠାନିକ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡରେ କ୍ୟାଡେଟଙ୍କ ଠାରୁ ଅଭିବାଦନ ଗ୍ରହଣ କରିବେ।

ସନ୍ଧ୍ୟାରେ ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ବୋଲି ନିଷ୍ପତ୍ତି ହୋଇଛି।ସେହିପରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରୋଗୀଙ୍କୁ ଫଳ ବଣ୍ଟନ ମଧ୍ୟ କରାଯିବ ବୋଲି ନିଷ୍ପତ୍ତି ହୋଇଛି।

ଆଜିର ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଉପାସନା ପାଢ଼ୀ, ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରା, ଡିଏସପି (ଡିଆଇବି) ଚିତ୍ତରଞ୍ଜନ ବେହେରାଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ, ସରକାରୀ ଓ ବେସରକାରୀ ବିଭାଗର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

Share

Leave a Reply