ଭୁବନେଶ୍ୱର:
ରାଜ୍ୟରେ ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ। ଗୃହ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଏହି ବିଜ୍ଞପ୍ତି ଅନୁସାରେ କଟକ ଓ ଭୁବନେଶ୍ବର ଡିସିପିଙ୍କ ବଦଳି ହୋଇଛି। ଜଗମୋହନ ମୀନାଙ୍କୁ ଭୁବନେଶ୍ବର ଡିସିପି ଭାବେ ନିଯୁକ୍ତି ମିଳିଥିବା ବେଳେ କଟକରେ ଏହି ପଦବି ପାଇଁ ଖିଲାରୀ ରିଷିକେଶଙ୍କୁ ଦାୟିତ୍ବ ମିଳିଛି। ସେହିପରି ଭୁବନେଶ୍ବର ଡିସିପି ପିନାକ ମିଶ୍ରଙ୍କୁ ଏସ୍ଟିଏଫ୍ ଡିଆଇଜି ଭାବେ ବଦଳି ହୋଇଛି। ସରକାର ଏସ୍ଏମ୍ ନରୱାଣେଙ୍କୁ ଓଏଚ୍ଆରସିର ସ୍ବତନ୍ତ୍ର ଡିଜି ଭାବେ ଅବସ୍ଥାପିତ କରିଛନ୍ତି ।
ଏଡିଜିପି ଯତୀନ୍ଦ୍ର କୋୟଲଙ୍କୁ ଏଚ୍ଆରପିସିରେ ଏଡିଜି, ଆଇଜି ଏସ୍ ପ୍ରବୀଣ କୁମାରଙ୍କୁ କଟକସ୍ଥିତ ସେଣ୍ଟ୍ରାଲ ରେଞ୍ଜକୁ ବଦଳି ହୋଇଛି। ଅବକାରୀ କମିସନର ନରସିଂହ ଭୋଳଙ୍କୁ ଭୁବନେଶ୍ବର-କଟକ ଅତିରିକ୍ତ କମିସନରେଟ ପୁଲିସ, ଦୀପକ କୁମାରଙ୍କୁ ଆଇଜି ଅପରେସନ୍ ଭାବେ ବଦଳି କରାଯାଇଛି। ସେହିପରି ଜୟ ନାରାୟଣ ପଙ୍କଜଙ୍କୁ ଗୁଇନ୍ଦା ବିଭାଗରେ ଅବସ୍ଥାପିତ କରାଯାଇଛି। ସାର୍ଥକ ଷଡଙ୍ଗୀଙ୍କୁ ସିଆଇଡି-ସିବିର ଆଇଜିପି, ନୀତି ଶେଖରଙ୍କୁ ଦକ୍ଷିଣାଞ୍ଚଳ ଆଇଜିପି, ଉମାଶଙ୍କର ଦାସଙ୍କୁ ହୋମଗାର୍ଡ ଓ ଫାୟାର ସର୍ଭିସର ଡିଆଇଜି,
ଅଖିଳେଶ୍ବରଙ୍କୁ ଦକ୍ଷିଣ-ପଶ୍ଚିମାଞ୍ଚଳ ଆଇଜିପି, ଚରଣ ସିଂ ମୀନାଙ୍କୁ ପ୍ରୋଭିଜନିଂ ଡିଆଇଜି, ବି ଗଙ୍ଗାଧରଙ୍କୁ ସିଆଇଡି-ସିବିର ଡିଆଇଜି, ବିବେକାନନ୍ଦ ଶର୍ମାଙ୍କୁ କଟକ ରେଲୱେ ଏସପିର ଦାୟିତ୍ବ ମିଳିଛି। ଏହା ବ୍ୟତୀତ କଳାହାଣ୍ଡି ଏସପି ଅଭିଳାଷ ଜିଙ୍କୁ ବଲାଙ୍ଗୀରର ନୂଆ ଏସପି ଦାୟିତ୍ବ ମିଳିଛି। ବୌଦ୍ଧ ଏସପି ଥିବା ନାଗରାଜ ଦେବରକୋଣ୍ଡାଙ୍କୁ କଳାହାଣ୍ଡି ଏସପି ଭାବେ ଦାୟିତ୍ବ ଦିଆଯାଇଛି । ରାହୁଲ ଗୋଏଲଙ୍କୁ ବୌଦ୍ଧ, କଶ୍ୟପ ପାର୍ଥ ଜଗଦୀଶଙ୍କ ଜୟପୁର ଏସଡିପିଓ, ଅମୃତପାଲ ସିଂଙ୍କୁ ଖୋର୍ଦ୍ଧାର ଅତିରିକ୍ତି ଏସପି, ଅମ୍ରିତପାଲ କୌରଙ୍କୁ ଭୁବନେଶ୍ବର ସହରାଞ୍ଚଳର ଅତିରିକ୍ତ ଡିସିପି, ସୋନାଲୀ ସିଂ ପରମାରଙ୍କୁ ଭୁବନେଶ୍ବର ସହରାଞ୍ଚଳର ଏସିପି ଭାବେ ଦାୟିତ୍ବ ମିଳିଛି।