ମୁଖ୍ୟ ଖବର

୪ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭଗବତ

By Angul TV Bureau

May 12, 2025

ଭୁବନେଶ୍ୱର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ମୁଖ୍ୟ ମୋହନ ଭଗବତ। ଆଜି ସନ୍ଧ୍ୟା ୬ଟା ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କଟକ ଗତିରାଉତପାଟଣା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଅନୁସାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ଠାରୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେବେ। ଆରଏସଏସ ମୁଖ୍ୟଙ୍କ ଗସ୍ତକୁ ନଜରରେ ରଖି ଗତିରାଉତପାଟଣାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୧୬ ତାରିଖ ଦିନ କାର୍ଯ୍ୟକ୍ରମ ସାରି ଦିଲ୍ଲୀ ଫେରିଯିବେ ମୋହନ ଭଗବତ ।