ରାଶିଫଳ

ଆଜିର ରାଶିଫଳ

By angultvadmin

December 03, 2022

ମେଷ: ଦ୍ବାଦଶ ଚନ୍ଦ୍ର ଯୋଗୁ ଅପବାଦ, ଅପଯଶ ଓ ଅପନିନ୍ଦାର ଶିକାର ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ପଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସଙ୍କଟ ଦେଖାଦେବ । ଠିକ୍ ସମୟରେ ଠିକ୍ ନିଷ୍କରି ନେବାରେ ଅସମର୍ଥ ହେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ।ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ସମୟାନୁବର୍ତ୍ତିତାର ଅଭାବ ରହିବ । ଯେଉଁମାନଙ୍କର କୃରିକା ମେଷ ଓ ଯାହାର ପ୍ରଥମ ନାମକ୍ଷର ‘ଆ’ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୬, ଆରାଧନା: ମା’ ବଗଳାମୁଖୀ ।

ବୃଷ: ଘାତବାର ଓ ଏକାଦଶ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ପଡ଼ିବ ନାହିଁ । ମୂଲ୍ୟବାନ ଧାତୁ, ବସନଭୂଷଣ ଓ ଭୂମି କ୍ରୟ କରିପାରନ୍ତି । ନିଜର ପୁତ୍ର ଓ କନ୍ୟାଙ୍କର ବୈବାହିକ କର୍ମର ଆୟୋଜନ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ୱରୀ ।

ମିଥୁନ: ଦଶମ ଚନ୍ଦ୍ର ହେତୁ କର୍ମରେ ଉନ୍ନତି ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି ଓ ସମୟାନୁବର୍ତିତା ପ୍ରକାଶ ପାଇବ । ଅନୁଚିତ୍ କର୍ମରୁ ବିଚ୍ୟୁତ ହୋଇ ଉଚିତ୍ କର୍ମରେ ଆଗ୍ରହ ରଖୁବେ ଏବଂ ମନରେ ସନ୍ତା, ସମ୍ଭାବନା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଆଦ୍ରା ମିଥୁନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୧୨, ଆରାଧନା: ମା’ ତ୍ରିପୁରସୁନ୍ଦରୀ।

କର୍କଟ: ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚଭିଳାଷ ପ୍ରକାଶ ପାଇବ। ଗୁରୁଜନଙ୍କ ପ୍ରତି ସମ୍ମାନ ଓ ଲଘୁଜନଙ୍କ ପ୍ରତି ଶ୍ରଦ୍ଧାଭାବ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା, ସମ୍ମାନ ଏବଂ ପଦସ୍ତ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।

ସିଂହ: ଘାତବାର ଓ ଅଷ୍ଟମ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅପେକ୍ଷା ବଦଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ।ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ‘ଟେ’ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଗଜାନନ ।

କନ୍ୟା: ଘାତବାର ଓ ସପ୍ତମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ।କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ କିମ୍ବା ପୁତ୍ରକନ୍ୟାଙ୍କର ମାଙ୍ଗଳିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ,ପରିବହନରେ ଆୟ ଉତ୍ତମ ହେବେ ଏବଂ ଅପରିଚିତ ମହିଳାଙ୍କଠାରୁ ଧନପ୍ରାପ୍ତି ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଚକୋଲେଟ୍, ସଂଖ୍ୟା: ୮, ଆରାଧନା: ଭଗବାନ ବିଷ୍ଣୁ ।

ତୁଳା: ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ପରୋପକାର ଓ ସମାଜ ସେବାରେ ଅଧୁକ ସମୟ ଦେବେ ଏବଂ ସମସ୍ତଙ୍କର ସ୍ନେହଶ୍ରଦ୍ଧାର ପାତ୍ର ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଯେଉଁମାନଙ୍କର ସ୍ଵାତୀ ତୁଳା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ପ୍ରଭୁ ଶ୍ରୀରାମ ।

ବିଛା: ପଞ୍ଚମ ଚନ୍ଦ୍ର ହେତୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମାର ବିକାଶ ଘଟିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ କର୍ମକୁ ନେଇ ଆତ୍ମସନ୍ତୋଷ ଲାଭ କରିବେ । ପୈତୃକ ସମ୍ପରିକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ଵଳ୍ପ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୬, ଆରାଧନା: ପ୍ରଭୁ ହନୁମାନ ।

ଧନୁ: ଘାତଚନ୍ଦ୍ର, ବ୍ୟତିପାତ ଯୋଗ ଓ ବିଷ୍ଟୀକରଣ ହେତୁ ମନରେ ଅସ୍ଥିରତା, ପରିବାରରେ ବିବାଦ, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥକ ଠକାମିରେ ପଡ଼ିପାରନ୍ତି। ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଦେଖାଦେଇପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ପଳ୍ପ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ‘ଭେ’ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୭,ଆରାଧନା: ମା’ ତାରା ।

ମକର: ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ଆପଣଙ୍କର ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟିର ବିକାଶ ଘଟିବ ଏବଂ ବାକ୍ ବିଚକ୍ଷଣତା ପ୍ରକାଶ ପାଇବ । ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ। ଶୁଭରଙ୍ଗ: ବାଇଗଣା, ସଂଖ୍ୟା: ୧୧, ଆରାଧନା: ମା’ ଦୁର୍ଗା ।

କୁମ୍ଭ: ଧନପ୍ରାପ୍ତି ଓ ଆୟ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ,ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ। ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ଉପକୃତ ହେବେ । ଶୁଭରଙ୍ଗ: କଳା, ସଂଖ୍ୟା : ୩, ଆରାଧନା: ମା’ ଚଣ୍ଡୀ ।

ମୀନ: ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ସ୍ୱଜନରେ ସୁସମ୍ପର୍କ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହାୟତା ଏବଂ ଋଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ କର୍ମରେ ସଫଳତା ପରିଶ୍ରମ ତୁଳନାରେ ଅଧିକ ରହିବ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୫, ଆରାଧନା: ମା’ ତାରା ।