ବାଇକ୍ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

You are currently viewing ବାଇକ୍ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ଛେଣ୍ଡିପଦା : ସ୍ଥାନୀୟ ଛେଣ୍ଡିପଦା ୬୩ ନମ୍ବର ରାଜ୍ୟ ରାଜପଥର ପରଙ୍ଗ ଗ୍ରାମ ଛକ ନିକଟରେ ବାଇକ ଧକ୍କାରେ ଜଣେ ସ୍କୁଲ ଛାତ୍ରୀ ଗୁରୁତର ହୋଇଛନ୍ତି। ତାଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତର ଜଣକ ପରଙ୍ଗ ଉଚ୍ଚବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ରୀ ମିଲି ନାଏକ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ , ମିଲି ପ୍ରତ୍ୟେକ ଦିନ ଭଳି ଗୁରୁବାର ଦିନ ୧୦ଟା ସମୟରେ ସାଙ୍ଗଙ୍କ ସହ ସାଇକେଲରେ ସ୍କୁଲ ଆସୁଥିବା ବେଳେ ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା l ଫଳରେ ମିଲି ସାଇକେଲରୁ ଛିଟିକି ରାସ୍ତାରେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।
ଏନେଇ ପ୍ରତିବାଦରେ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ। ନିଶା ଶିଳ୍ପାଞ୍ଚଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ଲୋକେ ଅବରୋଧରୁ ହଟିଥିଲେ।

Share

Leave a Reply