ମୁଖ୍ୟ ଖବର

ଅକ୍ଟୋବର ମାସ ପାଇଁ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ସ୍ଥିର, ଅଭିଯୋଗ କରିବାକୁ ଆସିବାକୁ ପରାମର୍ଶ

By Angul TV Bureau

October 01, 2023

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କର ଅକ୍ଟୋବର ମାସ ପାଇଁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏହି ଶୁଣାଣିରେ ଜିଲ୍ଲାପାଳ ଓ ଅନୁଗୁଳ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେବେ।

ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଅକ୍ଟୋବର ମାସ ୩ ତାରିଖ(ମଙ୍ଗଳବାର) ପୂର୍ବାହ୍ନ ୧୦ ଟାରେ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଜିଲ୍ଲା କାର୍ଯ୍ୟାଳୟଠାରେ, ୯ ତାରିଖ (ସୋମବାର) ପୂର୍ବାହ୍ନ ଟାରେ ପାଳ ଲହଡା ବ୍ଲକ କାର୍ଯ୍ୟାଳୟ, ୧୬ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ଜିଲ୍ଲା କାର୍ଯ୍ୟାଳୟ ଓ ୩୦ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ବଅଁରପାଳ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ଏହି ସମସ୍ତ କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଯୋଗ ଦେଇ ନିଜ ନିଜ ଆପତ୍ତି ଅଭିଯୋଗ ଉପସ୍ଥାପନ କରିବାକୁ ଜିଲ୍ଲା ପ୍ରଶାସନ ତରଫରୁ ଜଣାଯାଇଛି।