ଅନୁଗୋଳ: ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାଣ୍ଡସର ଗ୍ରାମରେ ପ୍ରଭୁ ମହାଦେବଙ୍କ ମନ୍ଦିରରେ ଆଜି ଶୀତଳ ଷଷ୍ଠୀ କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ପବିତ୍ର ଉତ୍ସବରେ ଅନୁଗୋଳ ଜିଲ୍ଲା ବିଜୁ ଜନତା ଦଳର ସଭାପତି ତଥା ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗଦେଇ ମହାପ୍ରଭୁ ଶିବ ଓ ମା’ ପାର୍ବତୀଙ୍କ ବିବାହ ଉତ୍ସବ ଦର୍ଶନ କରିଥିଲେ। ଏହି ଅବସରରେ ବିଧାୟକ ଶ୍ରୀ ପ୍ରଧାନ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିମୟ ହେଉ ବୋଲି କାମନା କରିଛନ୍ତି। କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ।