ମେଷ : ନବମ ଓ ଦଶମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଓ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ନୂତନ କର୍ମାରମ୍ଭ, ଭୂମିପୂଜା, ଗୃହ ନିର୍ମାଣ କିମ୍ବା କୌଣସି ଶୁଭକର୍ମରେ ଯୋଗ ଦେଇପାରନ୍ତି । ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ ଗୁରୁଜନଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା : ୧୧, ଆରାଧନା: ମା’ ଚଣ୍ଡୀ ।
ବୃଷ : ଅଷ୍ଟମ ଚନ୍ଦ୍ର, ଦିବା ୧୧ଟା ୨୪ ମିନିଟ୍ ପର୍ଯ୍ୟନ୍ତ ରହୁଥିବା ହେତୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ଓ ବ୍ୟବସାୟରେ ବିଘ୍ନ ଘଟିବ। ଏହା ପରେ ନବମ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ସମ୍ମାନ ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ରୋହିଣୀ ଓ ମୃଗଶିରା ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା: ୪, ଆରାଧନା: ପ୍ରଭୁ ଶ୍ରୀରାମ ।
ମିଥୁନ: ଘାତବାର ଏବଂ ୧୧ଟା ୨୪ ମିନିଟ୍ ପରେ ଅଷ୍ଟମ ଚନ୍ଦ୍ର ହେତୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଯାହା ହେବ ତା’ଠାରୁ ଅଧିକ ବଦ୍ଖର୍ଚ୍ଚ ହେବ ଏବଂ ଆର୍ଥିକ ସ୍ଥିତିରେ ଅବନ୍ନତି ଘଟିବ । କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଜଣା ବିପଦ ଦେଖାଦେବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ଓ ଯାହାର ପ୍ରଥମ ନାମାକ୍ଷର କୁ, ଘ, ଙ, ଛ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଚକୋଲେଟ୍, ସଂଖ୍ୟା: ୮, ଆରାଧନା:ଭଗବାନ ବିଷ୍ଣୁ ।
କର୍କଟ : ସୋମବାର ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ କୌଣସି ଶୁଭକର୍ମର ଆୟାଜନ କରିବେ କିମ୍ବା କୌଣସି ଶୁଭକର୍ମରେ ଯୋଗ ଦେବେ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ। କର୍ମରେ ସଫଳତା, ସହକର୍ମୀଙ୍କ ସହୋଗ ଓ ସମ୍ମାନ ପ୍ରାପ୍ତି ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୫, ଆରାଧନା: ମା’ ସମଲେଶ୍ୱରୀ ।
ସିଂହ : ସକାଳ ୧୧ଟା ୨୪ ମିନିଟ୍ ର୍ପ୍ୟନ୍ତ ପଞ୍ଚମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଶୁଭଫଳ ମିଳିପାରେ । ଏହାପରେ ଘାତଚନ୍ଦ୍ର ଯୋଗୁ ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ ଏବଂ ଶାରୀରିକ ପୀଡ଼ା ଭୋଗିବେ । କଥାବର୍ତ୍ତା, ଚାଲିଚଳନ ବିବାଦୀୟ ହେବ ଏବଂ ଶତ୍ରୁ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍ଗୁନୀ ସିଂହ ଓ ଯାହାର ପ୍ରଥମ ନାମାକ୍ଷର ମା, ମି, ମୁ, ମେ,ଟେ ସେମାନେ ସତର୍କ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା: ମା’ ମାଣିକେଶ୍ୱରୀ ।
କନ୍ୟା : ଆର୍ଥିକ କାରବାର ଓ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଏହା ପରେ ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତି ବୃଦ୍ଧି ପାଇବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଏବଂ ସମସ୍ତଙ୍କର ପ୍ରଶଂସାଭାଜନ ହେବେ । ଯେଉଁମାନଙ୍କର ହସ୍ତା ଓ ଚିତ୍ରା କନ୍ୟା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ସବୁଜ, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁର ସୁନ୍ଦରୀ ।
ତୁଳା: ଘାତଚନ୍ଦ୍ର ଓ ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ସ୍ୱଜନରେ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ, ଆର୍ଥିକ ଠକାମି ଏବଂ ଯାନବାହନରେ ଖର୍ଚ୍ଚାନ୍ତରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟରେ ସ୍ୱଳ୍ପ ଆୟ ଏବଂ ପରିବହନ ବ୍ୟବସାୟରେ ଅଧିକ କ୍ଷତି ଘଟିବ । କର୍ମରେ ବିଫଳତା, ସହକର୍ମୀଙ୍କ ସହ ବିବାଦ ଏବଂ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା ଓ ଯାହାର ପ୍ରଥମ ନାମାକ୍ଷର ରୁ, ରେ, ରୋ, ତା ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍ଭର, ସଂଖ୍ୟା: ୨, ଆରାଧନା: ମା’ କମଳା ।
ବିଛା : ଦ୍ୱିତୀୟ ଚନ୍ଦ୍ର ଓ ତୃତୀୟ ଚନ୍ଦ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେ । ବିଛା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା: ୬, ଆରାଧନା: ପ୍ରଭୁ ହନୁମାନ ।
ଧନୁ : ଶ୍ରୀଚନ୍ଦ୍ର ଓ ଦ୍ୱିତୀୟ ଚନ୍ଦ୍ର , ସୋମବାର, ସପ୍ତମୀ ତିଥି ଯୋଗୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆପଣଙ୍କ କଥାବାର୍ତ୍ତା, ·ଲିଚଳନ, ବ୍ୟବହାର ମାର୍ଜିତ ହେବ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧା ଲାଭ କରିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୨, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ସକାଳ ୧୧ଟା ୨୪ ମିନିଟ୍ ର୍ପ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ହେତୁ ସେ ସମୟ ପର୍ଯ୍ୟନ୍ତ ମନ ଚଳଚଞ୍ଚଳ ଓ ଅସ୍ଥିର ରହିବ ଏବଂ ସମସ୍ତ କର୍ମରେ ଅଶୁଭଫଳ ମିଳିବ । ଏହାପରେ ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଦିବସର ପ୍ରଥମ ଭାଗରେ ଅଶୁଭଫଳ ମିଳିଲେ ମଧ୍ୟ ମଧ୍ୟାହ୍ନ ପରେ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଶୁଭଫଳ ମିଳିବ । ଯେଉଁମାନଙ୍କର ଶ୍ରବଣା ଓ ଧନି । ମକର ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଇନ୍ଦ୍ରନୀଳ, ସଂଖ୍ୟା: ୧୧, ଆରାଧନା : ମା’ ଚଣ୍ଡୀ ।
କୁମ୍ଭ : ସକାଳ ୧୧ଟା ୨୪ ମିନିଟ୍ ର୍ପ୍ୟନ୍ତ ଘାତଚନ୍ଦ୍ର ଓ ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଆର୍ଥିକ କାରବାର, ବିଦେଶ ଯାତ୍ରା କାଳରେ ସତର୍କ ରହିବେ। ଆୟ ଅପେକ୍ଷା ବ୍ୟୟ ବହୁତ ଅଧିକ ରହିବ ଏବଂ ଖର୍ଚ୍ଚ ଭାରରେ ଅତି ହୋଇ ଋଣ କରିବାକୁ ବାଧ୍ୟ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ଶତଭିଷା କୁମ୍ଭ ଓ ଯାହାର ପ୍ରଥମ ନାମାକ୍ଷର ଗୋ, ସା, ସି, ସୁ ସେମାନେ ସତର୍କ ହେବେ । ଶୁଭରଙ୍ଗ: ମାଟିଆ, ସଂଖ୍ୟା: ୩, ଆରାଧନା: ମା’ ଭୈରବୀ ।
ମୀନ: ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ କର୍ମରେ ଓ ଆୟରେ ଅତି ଭଲ ଶୁଭଫଳ ପ୍ରାପ୍ତି ହେବ । କୌଣସି ଶୁଭଫଳ ତଥା ନୂତନ ଭୂମିପୂଜା, ଗୃହ ନିର୍ମାଣ କିମ୍ବା ନୂତନ ଭୂମିକ୍ରୟ କରିପାରନ୍ତି । ମନରେ ଉନ୍ନତ ଚିନ୍ତାଧାରା ଓ ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଗୋଲାପି, ସଂଖ୍ୟା : ୫, ଆରାଧନା: ମା’ ଧୂମାବତୀ ।