ମୁଖ୍ୟ ଖବର

ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ

By Angul TV Bureau

October 21, 2023

ଅନୁଗୁଳ: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ-୨୦୨୪ ନିମନ୍ତେ ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଚଳିତ ବର୍ଷ ଅକ୍ଟୋବର ୨୭ରୁ ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ଏହି ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଜାରି ରହିବ। ଚଳିତ ମାସ ୨୮ ତାରିଖ ଦିନ ପ୍ରତି ଜିଲ୍ଲା ସଦର ମହକୁମା ଓ ଉପଖଣ୍ଡ ସଦର ମହକୁମାରେ ପୂର୍ବାହ୍ନ ୭.୩୦ଟାରୁ ପଥ ଉତ୍ସବ ଓ ୱାକାଥନ୍ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯିବ। ୧୭ ବର୍ଷରୁ ଊର୍ଦ୍ଧ୍ବ ଯୁବକ ଯୁବତୀଙ୍କୁ ଭୋଟର ତାଲିକାଭୁକ୍ତ କରିବା ଓ ସମସ୍ତ ଯୋଗ୍ୟ ଭୋଟରଙ୍କୁ ତାଲିକାଭୁକ୍ତ କରି ଏକ ସୁସ୍ଥ ଭୋଟର ତାଲିକା ପ୍ରସ୍ତୁତ କରିବା ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ। ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନର ସହଯୋଗ କାମନା କରାଯାଇଛି।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ବରନ୍ୟନ୍ଦୁ ମହାନ୍ତି, ସବ ଡିଭିଜନାଲ ପୋଲିସ ଅଫିସର ରମାକାନ୍ତ ମହାଳିକ, ସମସ୍ତ ଉପଖଣ୍ଡର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ସହକାରୀ ଜିଲ୍ଲାପାଳ ସୁକାନ୍ତ କୁମାର ସାହୁ ବୈଠକ ପରିଚାଳନା କରିଥିଲେ।