ଅନୁଗୁଳ: ଅନୁଗୁଳ ଜିଲ୍ଲା ବିଜିଗୋଳ ସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲରେ ପଞ୍ଚମ ବାର୍ଷିକ ଉତ୍ସବ “ଗୁଞ୍ଜ” ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ଉତ୍କଳ ୟୁନିଭରସିଟିର ମ୍ୟାଥ ଏଚଓଡ଼ି ତଥା କଣ୍ଠଶିଳ୍ପୀ ଅନସୂୟା ନାଥ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ କଣିହାଁ ପବିତ୍ର ମୋହନ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସିଦ୍ଧି ପ୍ରସାଦ ସାହୁ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ। ପରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ। ଶେଷରେ ଛାତ୍ରଛାତ୍ରୀମାନେ ଚିତ୍ତାକର୍ଷକ ନୃତ୍ୟଗୀତ ପରିବେଷଣ କରିଥିଲେ। ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନା କରିଥିବା ଜଣାଯାଇଛି।
ସେଣ୍ଟ ଜାଭିୟର୍ସ ହାଇସ୍କୁଲରେ ପଞ୍ଚମ ବାର୍ଷିକ ଉତ୍ସବ “ଗୁଞ୍ଜ” ଆୟୋଜିତ, ନାଚିଲେ-ଗାଇଲେ-ଝୁମିଲେ ଛାତ୍ରଛାତ୍ରୀ
- Post published:January 29, 2025
- Post category:ଅନ୍ୟାନ୍ୟ
- Post comments:0 Comments
- Post author:Angul TV Bureau






