ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ କରି ସକାଳ ଯାଏଁ ତାଣ୍ଡବ ରଚିଲା ବାତ୍ୟା ‘ଦାନା’

0

 

ଭୁବନେଶ୍ଵର: ଗୁରୁବାର ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ କଲା ବାତ୍ୟା ‘ଦାନା’। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଭିତରକନିକାରୁ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା। ଭିତରକନିକା ହାବାଳିଖଟିରେ ବାତ୍ୟାର ଲ୍ୟାଣ୍ଡଫଲ। ମଧ୍ୟରାତ୍ରି ପ୍ରାୟ ସାଢେ ଗୋଟାଏରୁ ସାଢେ ୩ଟା ମଧ୍ୟରେ ସ୍ଥଳଭାଗ ଛୁଇଁଥିଲା ବାତ୍ୟା। ଦୀର୍ଘ ୫-୬ଘଣ୍ଟା ଧରି ସ୍ଥଳଭାଗରେ ତାଣ୍ଡବ ରଚିଥିଲା ବାତ୍ୟା ‘ଦାନା’। ଲ୍ୟାଣ୍ଡଫଲ ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୦ରୁ ୧୨୦ କିଲୋମିଟର ଥିବା ବେଳେ ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଦେଖିବାକୁ ମିଳିଥିଲା।

ତେବେ ବାତ୍ୟା ‘ଦାନା’ର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଆଜି ପାଇଁ ରାଜ୍ୟର ୯ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଅନୁଗୋଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ ପୁରୀ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ବୌଦ୍ଧ, ସୋନପୁର ଓ ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Leave A Reply

Your email address will not be published.

error: Content is protected !!