ଆକ୍ସନ ମୋଡରେ ରାଜ୍ୟ ସରକାର: ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ଉପରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

You are currently viewing ଆକ୍ସନ ମୋଡରେ ରାଜ୍ୟ ସରକାର: ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ଉପରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆକ୍ସନ ମୋଡରେ ରାଜ୍ୟ ସରକାର। ଏଣିକି ଛୁଟିରେ ଥିବା ଡାକ୍ତରଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ। ବିଧାନସଭାରେ ଏନେଇ ବଡ଼ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ବର୍ତ୍ତମାନ ୧୯୬ ଡାକ୍ତରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ଦୀର୍ଘ ଦିନ ଛୁଟିରେ ଥିବାରୁ ଏହିସବୁ ଡାକ୍ତରଙ୍କୁ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତର ଦେଇ ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ବିଭିନ୍ନ କ୍ୟାଡରରେ ୧୯୬ ଜଣ ଡାକ୍ତର ବିଭିନ୍ନ କାରଣ ଦର୍ଶାଇ ଦୀର୍ଘ ଦିନ ହେଲା ଛୁଟିରେ ଅଛନ୍ତି। ତେଣୁ ଏବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ।

ରାଜ୍ୟରେ ଏବେ ଡାକ୍ତର ମରୁଡ଼ି। ୧୧୧୪ ସ୍ପେଶାଲିଷ୍ଟ ଡାକ୍ତରଙ୍କ ସହ ୫ ହଜାର ୧୪ ଡାକ୍ତର ପଦବୀ ଖାଲି ପଡ଼ିଛି । ମୋଟ ୩୦ଟି ଜିଲ୍ଲାର ୩୭୫ଟି ସିଏଚସିରେ ଖାଲି ପଡ଼ିଛି ଡାକ୍ତରଙ୍କ ପଦବୀ। ଗଞ୍ଜାମରେ ସର୍ବାଧିକ ୪୫୦, ମୟୂରଭଞ୍ଜରେ ୩୦୯, ଖୋର୍ଦ୍ଧାରେ ୧୨, କଟକରେ ୨୮୧ ଡାକ୍ତର ପଦବୀ ଖାଲି ପଡିଛି। ସେହିପରି ମୟୂରଭଞ୍ଜରେ ୮୭, ଗଞ୍ଜାମରେ ୮୭, ଖୋର୍ଦ୍ଧାରେ ୨୯, କଟକରେ ୪୩ ସ୍ପେଶାଲିଷ୍ଟ ଡାକ୍ତର ପଦବୀ ଖାଲିପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ଏବେ ରାଜ୍ୟ ସରକାର କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ।

Share

Leave a Reply