ଅନୁଗୁଳ: ଅନୁଗୁଳ ସହର ଉପକଣ୍ଠରେ ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଜୁ ଛାତ୍ର ଜନତା ଦଳ ଛାତ୍ରଛାତ୍ରୀଙ୍କ ପାଇଁ ବିଗତ ଦିନରେ ଯେଉଁ ଜନ ମଙ୍ଗଳକାରୀ କାର୍ଯ୍ୟକ୍ରମ କରିଛି, ତାହା କିପରି ଅଧିକ କାର୍ଯ୍ୟକାରୀ ହେବ ସେ ନେଇ ଆଲୋଚନା ହୋଇଥିଲା। ଏଥିସହ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କର ନେତୃତ୍ୱରେ ଛାତ୍ର ଜନତା ଦଳର ସଙ୍ଗଠନକୁ ସୁଦୃଢ କରିବା ନିମନ୍ତେ ଗୁରୁମନ୍ତ୍ର ଦିଆଯାଇଥିଲା।
କାର୍ଯ୍ୟକ୍ରମରେ ବିଧାୟକ ବ୍ୟୋମକେଶ ରାୟ, ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ଅନୁଗୁଳ ଜିଲ୍ଲା ବିଜେଡି ସଭାପତି ମହେନ୍ଦ୍ର କୁମାର ବସ୍ତିଆ, କେନ୍ଦୁଝର ଜିଲ୍ଲା ଯୁବ ବିଜେଡି ସଭାପତି ରାକେଶ ରାମ, ଯୁବନେତା ଅରୁଣାଭ ସିଂହ ତପନ ତ୍ରିପାଠୀ, ବିଶ୍ବରଂଜନ ସାହୁ, ଅନୁଗୁଳ ଛାତ୍ର ବିଜେଡି ସଭାପତି ରାଜୀବ ଲୋଚନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।