ମୁଖ୍ୟ ଖବର

ଅନୁଗୁଳରେ ଗଡ଼ିଲା ସୁଭଦ୍ରା ସଚେତନତା ରଥ, ଦୂର କରିବ ସମସ୍ତ ୦୮ଟି ବ୍ଲକ ଓ ୩ ଟି ପୌରାଞ୍ଚଳର ଅଧିବାସୀଙ୍କ ଦ୍ବନ୍ଦ୍ୱ

By Angul TV Bureau

September 08, 2024

ଅନୁଗୁଳ: ଅନୁଗୁଳ ଜିଲ୍ଲାର ସମସ୍ତ ୦୮ଟି ବ୍ଲକ ଓ ୩ ଟି ପୌରାଞ୍ଚଳର ଅଧିବାସୀଙ୍କୁ ସୁଭଦ୍ରା ଯୋଜନା ସମ୍ପର୍କିତ ସଚେତନତା ବାର୍ତ୍ତା ପ୍ରଦାନ କରିବା ପାଇଁ ଶନିବାର ପୂର୍ବାହ୍ନରେ ସ୍ଥାନୀୟ ସଭାଘର ଠାରେ ୪ ଟି ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରାଯାଇଛି।

କାର୍ଯ୍ୟକ୍ରମରେ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଜିଲ୍ଲାପାଳ ମହମ୍ମଦ ଅବଦାଲ ଅଖତାର, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ ସବୁଜ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଏହି ସୁସଜ୍ଜିତ ରଥର ଶୁଭାରମ୍ଭ କରିଥିଲେ। ଏହି ସଚେତନତା ରଥ ଚଳିତ ମାସ ୧୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳ ଗସ୍ତ କରି ଲୋକଙ୍କୁ ସଚେତନ କରିବ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଅନୁଗୁଳ ତହସିଲଦାର ଆଶିଷ କୁମାର ମହାପାତ୍ର, ଅନୁଗୁଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡଃ ବିଶ୍ୱଭୂଷଣ, ଅଙ୍ଗନୱାଡି କର୍ମୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟ ଉପସ୍ଥିତ ଥିଲେ।