ଅନ୍ୟାନ୍ୟ

ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

By Angul TV Bureau

November 23, 2023

ଅନୁଗୁଳ: ବିଭିନ୍ନ ଦାବି ନେଇ ଆଜି ଅନୁଗୁଳ ଜିଲ୍ଲାପାଳଙ୍କ ଜରିଆରେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘର ସଭାପତି ବିଶ୍ୱରଞ୍ଜନ ଦାସଙ୍କ ନେତୃତ୍ବରେ ଦୀର୍ଘ ଦିନ ହେଲା ଆନ୍ଦୋଳନ କରାଯାଉଛି। ୦୧/୦୬/୨୦୦୮ ରୁ ୦୧/୦୬/୨୦୧୮ ପର୍ଯ୍ୟନ୍ତ ଗ୍ରାଣ୍ଟିନେଟ ପଲିସିରେ ଅନ୍ତର୍ଭୁକ୍ତ କରିବା ପାଇଁ ସେ ଆଜି ଅନୁଗୁଳ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନ ଆହୁରି ତୀବ୍ର ରୂପ ଧାରଣ କରିବ ବୋଲି ସେ ଚେତାବନୀ ଦେଇଛନ୍ତି।