ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମଙ୍ଗଳବାର ଅନୁଗୁଳ ଜିଲ୍ଲା କଣିହା ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି।
ସୂଚନାଯୋଗ୍ୟ ଯେ, କଣିହାଁ ବ୍ଲକରେ କାର୍ଯ୍ୟରତ ଥିବାବେଳେ ଲାଞ୍ଚ ଗ୍ରହଣ କରିଥିବା ଅଭିଯୋଗରେ ଅନୁଗୁଳ ଜିଲ୍ଲା ଭିଜିଲାନ୍ସ ପକ୍ଷରୁ ତାଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଥିଲା । ନିକଟରେ ଅନୁଗୁଳ ଭିଜିଲାନ୍ସ ସ୍ପେସାଲ ଜଜ୍ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡ ବିଧାନ କରିଥିଲେ । ବବିଲତା ବର୍ତ୍ତମାନ ବାରିପଦା ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ଯୋଗାଣ ନିରୀକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି। ଦୁର୍ନୀତି ବିରୁଦ୍ଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ୱନ କରୁଥିବା ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ବବିତା ବେହେରାଙ୍କୁ ତୁରନ୍ତ ଚାକିରୀରୁ ବହିଷ୍କାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।