ଅନୁଗୁଳ: ଅନୁଗୁଳ ସଦର ଥାନା ଅନ୍ତର୍ଗତ ସ୍ଥାନୀୟ ଖଲାରି ବିଶ୍ବାଳ ସାହି ନିକଟରେ ଏକ ଭଡ଼ା ଘରେ ରହୁଥିବା ତାଳଚେର ତହସିଲ ଅଫିସର କନିଷ୍ଠ କିରାଣି ପ୍ରଶାନ୍ତ ସାହୁ (୩୩)ଙ୍କ ଗୁରୁବାର ବଡ଼ି ଭୋର୍ ସମୟରେ ସନ୍ଦେହ ଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସୂଚନା ଯେ, ଦୁଇ ମହଲା କୋଠା ଛାତରୁ ୩୦ ଫୁଟ ତଳକୁ ଖସି ପଡ଼ିବାରୁ ମୁଣ୍ଡରେ ଗୁରୁତର ଆଘାତ ଲାଗି ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ପାରିପାର୍ଶ୍ବିକ ଅବସ୍ଥାରୁ ଏହା ଆତ୍ମହତ୍ୟା ବୋଲି ସନ୍ଦେହ କରାଯାଉଛି। ପ୍ରାୟ ଚାରି ମାସ ତଳେ ମା’ଙ୍କ ମୃତ୍ୟୁ ପରେ ପ୍ରଶାନ୍ତ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ। ଗତ କିଛିଦିନ ଧରି ସେ ଚୁପଚାପ୍ ରହୁଥିଲେ। ମାନସିକ ଭାବେ ଭାଙ୍ଗିପଡି ଥିବାରୁ ଆତ୍ମହତ୍ୟା ଆଶଙ୍କା ଅଧିକ ଦୃଢୀଭୂତ ହେଉଚି। ପ୍ରଶାନ୍ତଙ୍କ ଘର ଜରପଡା ଥାନା ଅନ୍ତର୍ଗତ ବିମଳବେଡା ଗ୍ରାମରେ। ଘଟଣା ସମ୍ପର୍କରେ ଖବର ପାଇ ପୁଲିସ ତଦନ୍ତ ଆରମ୍ଭ କରିଛି। ପ୍ରଶାନ୍ତଙ୍କ ମୃତ୍ୟୁ ନେଇ ରାଜସ୍ବ ଅମଲା ସଂଘ ପକ୍ଷରୁ ଶୋକ ବ୍ୟକ୍ତ କରାଯାଇଛି।