‘ସୁସ୍ଥ ନାରୀ, ସଶକ୍ତ ପରିବାର’ ଅଭିଯାନର ଶୁଭାରମ୍ଭ

You are currently viewing ‘ସୁସ୍ଥ ନାରୀ, ସଶକ୍ତ ପରିବାର’ ଅଭିଯାନର ଶୁଭାରମ୍ଭ

ଅନୁଗୁଳ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୭ ସେପ୍ଟେମ୍ବର ଠାରୁ ୨ ଅକ୍ଟୋବର ୨୦୨୫ ପର୍ଯ୍ୟନ୍ତ ଆୟୋଜିତ ହେଉଥ‌ିବା ‘ସୁସ୍ଥ ନାରୀ, ସଶକ୍ତ ପରିବାର’ ରାଷ୍ଟ୍ରୀୟ ଅଭିଯାନର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ ଅନୁଗୁଳ ଜିଲ୍ଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆୟୋଜିତ କାର୍ଯ୍ୟକ୍ରମରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଭାସି ମାଧ୍ୟମରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ସାଂସଦ ଶ୍ରୀ ପାଣି ଚିକିତ୍ସାଧନ ରୋଗୀମାନଙ୍କର ସୁବିଧା ଅସୁବିଧା ପଚାରି ବୁଝିବା ସହିତ ଚିକିତ୍ସାଧିକାରୀଙ୍କ ସହ ଆଲୋଚନା କରିଥିଲେ। ସରକାରଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ବିଭିନ୍ନ ଯୋଜନାର ସୁବିଧା ଯେପରି ରୋଗୀମାନେ ପାଇ ପାରିବେ ସେଥି ନିମନ୍ତେ ସେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନିର୍ଦେଶ ଦେଇଥିଲେ।

ଏହି ଅବସରରେ ଏକ ଦସ୍ତଖତ ଅଭିଯାନ ସହ ମହିଳା, ବାଳିକା ଓ ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ସମ୍ବନ୍ଧୀତ ପ୍ରଚାର ପତ୍ର ବଣ୍ଟନ କରାଯାଇଥିଲା। ଏହି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା  ବବିତା ପ୍ରଧାନ, ମାନ୍ୟବର ଅନୁଗୁଳ ବିଧାୟକଙ୍କ ପ୍ରତିନିଧି ପ୍ରଭାତ କୁମାର ପ୍ରଧାନ, ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତାର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ଅନୁଗୁଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡଃ ବିଶ୍ୱ ଭୂଷଣ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣିଙ୍କ ସମେତ ଡାକ୍ତର ଓ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ, ସ୍ବୟଂ ସହାୟକ ଗୋଷ୍ଠୀ, ଆଶା ଓ ଅଙ୍ଗନୱାଡି କର୍ମୀ, ଏଏନ୍ଏମ୍ କର୍ମୀ, ବିଭିନ୍ନ ସ୍ବେଛାସେବୀ ଓ ବିଦ୍ୟାଳୟର ଛାତ୍ରଛାତ୍ରୀ ପ୍ରମୁଖ ଯୋଗ ଦେଇଥିଲେ

Share

Leave a Reply