ଅନୁଗୁଳ: ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଏକ ଶପଥ ପାଠ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଶତପଥି କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ। ଦୁର୍ନିତୀର ମୁଳୋତ୍ପାଟନ ନିମନ୍ତେ ପ୍ରତ୍ୟେକ ନାଗରିକ ସଂଘବଦ୍ଧ ଭାବେ ଉଦ୍ୟମ କରିବା ସହ ଜୀବନର ସବୁ କ୍ଷେତ୍ରରେ ସାଧୁତା ଏବଂ ଆଇନକୁ ଅନୁସରଣ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶତପଥି ଶପଥପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ(ତାଳଚେର) ରଜନୀକାନ୍ତ ସ୍ବାଇଁ ଓ ଡେପୁଟୀ କଲେକ୍ଟର ବଇତୁରା ଦିପଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦୁଃଖବନ୍ଧୁ ମାଝି ଏହି ଶପଥ ପାଠ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
ଦୁର୍ନୀତି ନିବାରଣ ସଚେତନତା ସପ୍ତାହରେ ଶପଥ ପାଠ
- Post published:October 27, 2021
- Post category:ଅନ୍ୟାନ୍ୟ
- Post comments:0 Comments
- Post author:Angul TV Bureau

Tags: Angul