ଘଟଣା ଓ ଦୁର୍ଘଟଣା

ଜିମ୍‌ରୁ ବାହାରିବା ବେଳେ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ; ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

By Angul TV Bureau

November 22, 2025

ତାଳଚେର: ଅନୁଗୁଳ ଜିଲ୍ଲା ତାଳଚେର ସହରର ହାଟତୋଟା ଅଞ୍ଚଳରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଯୁବକ ଜଣକ ଜିମ୍‌ରୁ ବାହାରିବା ସମୟରେ ପୂର୍ବରୁ ଛକି ରହିଥିବା ଦୁର୍ବୃତ୍ତମାନେ ତାଙ୍କ ଉପରେ ଆକ୍ରମଣ କରିଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ପ୍ରାୟ ୫ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ହାତରେ ଖଣ୍ଡା ଓ ଭୁଜାଲି ଭଳି ମାରଣାସ୍ତ୍ର ଧରି ତାଙ୍କୁ ଆକ୍ରମଣ କରିଥିଲେ। ଖବର ପାଇ ସ୍ଥାନୀୟ ଲୋକେ ତୁରନ୍ତ ଗୁରୁତର ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି।

ଆକ୍ରମଣର ପ୍ରକୃତ କାରଣ ଜଣାପଡ଼ି ନଥିବା ବେଳେ ଏହା ପୂର୍ବ ଶତ୍ରୁତା ଯୋଗୁଁ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ତାଳଚେର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଏବଂ ଆକ୍ରମଣକାରୀଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରଖିଛି।