ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେରର ରାଜା ସାହେବ ରାଜେନ୍ଦ୍ର ଚନ୍ଦ୍ର ବୀରବର ହରିଚନ୍ଦନଙ୍କର ଆଜି ୭୫ ବର୍ଷ ବୟସରେ ପରଲୋକ ହୋଇଛି। ରାୟପୁରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ଦୀର୍ଘ ଦିନ ଧରି ଅସୁସ୍ଥ ଥିବାରୁ ସେ ସେଠାରେ ଚିକିତ୍ସାଧୀନ ଥିଲେ।
ତାଙ୍କ ମୃତ୍ୟୁରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ତାଳଚେର ରାଜା ତଥା ସମାଜସେବୀ ରାଜେନ୍ଦ୍ର ଚନ୍ଦ୍ର ବୀରବର ହରିଚନ୍ଦନ ଦେବଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ, ସେ ଜଣେ ପରୋପକାରୀ ଓ ନିଷ୍ଠାବାନ ବ୍ୟକ୍ତି ଥିଲେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି କେନ୍ଦ୍ର ମନ୍ତ୍ରୀ।
ସେହିଭଳି ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ବରିଷ୍ଠ ବିଜେପି ନେତା କାଳନ୍ଦି ସାମଲ, ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକ, ଜୋନାଲ ମିଡିଆ ସେଲ ସଂଯୋଜକ ପର୍ଶୁରାମ ବାରିକ ପ୍ରମୁଖ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।