କ୍ରୀଡ଼ା

ତଳମୂଳ ଦୁର୍ଗା ମାଧବ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ

By Angul TV Bureau

October 18, 2021

ଅନୁଗୁଳ : ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତଳମୂଳ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆଠାରେ ୬୧ତମ ଦୁର୍ଗା ମାଧବ ଫୁଟବଲ ଟୁର୍ଣ୍ଣାମେଣ୍ଟ ସୋମବାର ଉଦଯାପିତ ହୋଇଯାଇଛି। ତରୁଣ ଏଣ୍ଡ ତରୁଣ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ୍ ମ୍ୟାଚ୍ଚଟି କଟକ ପଙ୍କାଳୁ ଓ ତାଳଚେର କଣ୍ଢାଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ତାଳଚେରର କଣ୍ଢାଳ ଦଳ ଚାମ୍ପିୟନ ହୋଇଥିଲା। ଉଦଯାପନି ଦିବସରେ ଓଡିଶା ବିଧାନସଭାର ଉପବାଚସ୍ପତି ତଥା ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ମୁଖ୍ୟ ଅତିଥି, ବଅଁରପାଳ ବ୍ଲକ ବିଜେଡି ସଭାପତି ବିଜୟ କୁମାର ନାଥ, କ୍ଲବ ସଭାପତି ଅରବିନ୍ଦ ଜେନା, ତଳମୂଳ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସଚ୍ଚିଦାନନ୍ଦ ପ୍ରଧାନ, ଯୁବ ନେତା ଅରୁଣାଭ ସିଂହ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବିଷ୍ଣୁ ଚରଣ ଦାସ, ପତିତପାବନ ମାଝୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିମାନେ ଚାମ୍ପିୟନ ଓ ରନର୍ସଅପ ଦଳକୁ ପୁରସ୍କାର ପ୍ରଦାନ କରିଥିଲେ। ଏହି ଅବସରରେ ଖେଳ ପଡ଼ିଆ ଓ ଷ୍ଟେଜର ଉନ୍ନତିକରଣ ପାଇଁ ବିଧାୟକଙ୍କ ଆଞ୍ଚଳିକ ଉନ୍ନୟନ ପାଣ୍ଠିରୁ ୫ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ଶ୍ରୀ ସିଂହ ଘୋଷଣା କରିଥିଲେ।