ଅନ୍ୟାନ୍ୟ

ବିଭିନ୍ନ ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଅଙ୍ଗନୱାଡ଼ି ୱାର୍କସ ଆସୋସିଏସନ

By Angul TV Bureau

April 07, 2022

ଅନୁଗୁଳ: ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ୱାର୍କସ ଆସୋସିଏସନ ପକ୍ଷରୁ ୧୪ ଦଫା ଦାବି ନେଇ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏ ଅବସରରେ ଅଙ୍ଗନୱାଡ଼ି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ରିପୋର୍ଟ ମୁତାବକ, ଜିଲ୍ଲାର ସମସ୍ତ ଅଙ୍ଗନୱାଡ଼ି କର୍ମୀ ଏବଂ ସହାୟକ ଏକ ବିରାଟ ଶୋଭାଯାତ୍ରାରେ ମା’ ବୁଢୀ ଠାକୁରାଣୀଙ୍କ ମନ୍ଦିର ସମ୍ମୁଖରୁ ବାହାରି ବଜାର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ୧୪ ଦଫା ନେଇ ଏକ ଦାବି ପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ।