ସମ୍ଭାବ୍ୟ ବାତ୍ୟା ‘ଅସାନି’ର ମୁକାବିଲା ପାଇଁ ଅନୁଗୁଳ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଜିରୋ କାଜୁଆଲିଟି ଲକ୍ଷ୍ୟ

0

ଅନୁଗୁଳ: ସମ୍ଭାବ୍ୟ ବାତ୍ୟା ‘ଅସାନି’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ବାତ୍ୟା ଓଡ଼ିଶା ଛୁଇଁବାର ସମ୍ଭାବନା ନଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏ ନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ୍‌ ରହିବାକୁ କୁହାଯାଇଛି। ଏହି ପରିପ୍ରେକ୍ଷୀରେ ଅନୁଗୁଳ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଛି।

ଜିଲ୍ଲା ଅଗ୍ନିଶମ ବିଭାଗ ପକ୍ଷରୁ ବାତ୍ୟା ମୁକାବିଲା ପାଇଁ ୮ଟି ଟିମ୍‌ ଗଠିତ ହୋଇଛି। ଏହି ଟିମ୍‌କୁ ପାଓ୍ଵାର ବୋଟ୍‌, ଲାଇଫ୍‌ ଜ୍ୟାକେଟ୍‌, କମ୍ବିଟୁଲ୍‌, ପ୍ଲାଜମା କଟର, ଟାଓ୍ଵାର ଲାଇଟ୍‌, କଟର ଓ ଜଳ ନିଷ୍କାସନ ପାଇଁ ଉଚ୍ଚ କ୍ଷମତା ସମ୍ପନ୍ନ ପାଣି ପମ୍ପ ଯୋଗାଇ ଦିଆଯାଇଛି। ବାତ୍ୟା ପରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ କରିବାକୁ ଏହି ଟିମ୍‌କୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ବେଳେ ଜିରୋ କାଜୁଆଲିଟି ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ଜଣାପଡ଼ିଛି।

Leave A Reply

Your email address will not be published.

error: Content is protected !!