ଭୁବନେଶ୍ୱର: ଆଜି ସଂନ୍ଧ୍ୟାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରେ ୧୪.୭୦କୋଟି ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପକୁ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ମୁଖ୍ୟମନ୍ତ୍ରୀ ୩୩.୬୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ମଧ୍ୟ କରିବେ। ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଲୋଗୋ ଉନ୍ମୋଚନ ସହିତ
ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ପର୍ଯ୍ୟାଲୋଚନା ନିମନ୍ତେ ପରିଷଦ ଦ୍ବାରା ପ୍ରସ୍ତୁତ ଏକ ମନିଟରିଂ ଆପ୍ଲିକେସନର ମଧ୍ୟ ଶୁଭାରମ୍ଭ କରିବେ।
ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନିଂ ଜରିଆରେ ବରଗଡ଼ ଜିଲ୍ଲାର ପଦ୍ମପୁରସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ, ବଲାଙ୍ଗୀର ଜିଲ୍ଲା ସଦର ମହକୁମାଠାରେ ଏକ କଲ୍ୟାଣ ମଣ୍ଡପ ଓ ଟିଟିଲାଗଡ଼ ବାଳକ ଉଚ୍ଚବିଦ୍ୟାଳୟର ଏକାଡେମିକ୍ ବ୍ଲକ୍, ବୌଦ୍ଧ ଜିଲ୍ଲା ସଂଗ୍ରହାଳୟର ସମ୍ପ୍ରସାରଣ, ଦେବଗଡ଼ ଜିଲ୍ଲାର ସାଂସ୍କୃତିକ ପ୍ରେକ୍ଷାଳୟ ତଥା କ୍ରୀଡ଼ା କକ୍ଷ, ଝାରସୁଗୁଡ଼ା ଜିଲ୍ଲାର ମରାକୁଟାଠାରେ କହ୍ନେଇନାଳ ଉପରେ ପୋଲ, କଳାହାଣ୍ଡି ଜିଲ୍ଲାର ଭବାନୀପାଟଣା ଟାଉନ୍ ହଲ୍, ଜୁନାଗଡ଼ ଏନ୍ଏସିରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଷ୍ଟାଡିୟମ୍, ନୂଆପଡ଼ା ଜିଲ୍ଲାର କୋମନାଠାରେ ମାଣ୍ଡିଆ ଆଦି ଶସ୍ୟର ପ୍ରକ୍ରିୟାକରଣ କେନ୍ଦ୍ରକୁ ଉଦ୍ଘାଟନ କରିବେ।
ସେହିପରି ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲ୍ଲାର ଡେବ୍ରିଗଡ଼ ଅଭୟାରଣ୍ୟ ସନ୍ନିକଟ ବାରବଖରା ଜଳପ୍ରପାତ ଓ ଗୁମ୍ଫା ନିକଟରେ ଇକୋ ପର୍ଯ୍ୟଟନସ୍ଥଳୀର ବିକାଶ, ବରଗଡ଼ ସହରରେ ଏକ ୫୦୦ ଆସନ ବିଶିଷ୍ଟ ପ୍ରେକ୍ଷାଳୟ, ପଦ୍ମପୁରଠାରେ ବଡ଼ବନ୍ଧର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ, ଆଲୋକୀକରଣ, ବରଗଡ଼ ସହରର ବିକାଶ ବିଦ୍ୟାଳୟଠାରୁ ହଳଦୀପାଲି ଛକ ପର୍ଯ୍ୟନ୍ତ ସିମେଣ୍ଟ କଂକ୍ରିଟ ଡ୍ରେନ୍, ବଲାଙ୍ଗୀର ସହରରେ ଏକ ୫୦୦ ଆସନ ବିଶିଷ୍ଟ ପ୍ରେକ୍ଷାଳୟ, ବୌଦ୍ଧ ଜିଲ୍ଲା ବୀରନରସିଂହପୁର ଠାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଇକୋ ପାର୍କ, ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି
ଜଣାପଡ଼ିଛି ।