ଅନୁଗୁଳ: ଅନୁଗୁଳ ଟାଉନ ଥାନା ଅନ୍ତର୍ଗତ ଭଣ୍ଡୁବର ଠାରେ ୬୩ ନଂ ରାଜ୍ୟ ରାଜପଥରେ ମଙ୍ଗଳବାର ଅପରାହ୍ନରେ ଏକ ଟିପ୍ପର ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି। ସୂଚନା ଯେ, ରାଣୀଗୋଡା ଗ୍ରାମର ଦିଲ୍ଲୀପ ପଟ୍ଟନାୟକ(୪୨) ଅପରାହ୍ନରେ କୁମଣ୍ଡ ପଞ୍ଚାୟତର ଭଣ୍ଡୁଭର ଅଞ୍ଚଳକୁ ରଡ଼ ବାଇଡିଙ୍ଗ କରିବା ପାଇଁ ସାଇକେଲ ଯୋଗେ ଯାଉଥିବା ବେଳେ ତାଙ୍କୁ ଅନୁଗୁଳରୁ ଛେଣ୍ଡିପଦା ଆଡ଼କୁ ଯାଉଥିବା ଏକ ଟିପ୍ପର(ଓଆର-୦୯ଜି ୬୩୧୬) ପଛରୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ ଏକ ମାମଲା ରୁଜୁକରି ଘଟଣାର ତଦନ୍ତ କରୁଛି।
ଟିପ୍ପର ଧକ୍କାରେ ସାଇକେଲ ଆରୋହୀ ମୃତ
- Post published:March 15, 2022
- Post category:ଘଟଣା ଓ ଦୁର୍ଘଟଣା
- Post comments:0 Comments
- Post author:Angul TV Bureau

Tags: Angul