ରାଜ୍ୟ ସରକାଙ୍କ ଐତିହାସିକ ନିଷ୍ପତ୍ତି : ଓଡ଼ିଶାରେ ଶେଷ ହେଲା ଚୁକ୍ତି ଭିତ୍ତିକ ନିଯୁକ୍ତି ଯୁଗ

You are currently viewing ରାଜ୍ୟ ସରକାଙ୍କ ଐତିହାସିକ ନିଷ୍ପତ୍ତି : ଓଡ଼ିଶାରେ ଶେଷ ହେଲା ଚୁକ୍ତି ଭିତ୍ତିକ ନିଯୁକ୍ତି ଯୁଗ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଐତିହାସିକ ନିଷ୍ପତ୍ତି । ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଘୋଷଣା କରିଛନ୍ତି ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କରିଛନ୍ତି ମୁଁ ୨୦୦୦ ମସିହାରେ ଓଡ଼ିଶା ମା’ର ସେବା କରିବାର ସୁଯୋଗ ପାଇଲି । ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ମୋ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା । ନିତି ଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା । ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା । ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି,କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ ।

ବନ୍ୟା ବାତ୍ୟା ମରୁଡି ଲାଗି ରହିଥିଲା ଗରିବୀ ବହୁ ଅଧିକ ଥିଲା । ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ସବୁଠାରୁ ବଡ ପ୍ରାଥମିକତା। ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା। ଏହା ମୋ ପାଇଁ ବହୁତ କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା । ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ? ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ ଶକ୍ତି । ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧରେ ଧୂରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତ ଥିଲା । ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି ।

ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତିକୁ ପରିବର୍ତ୍ତନ କରି ଇନିସିଆଲ ଆପ ଏଣ୍ଟ୍ରି କରିଥିଲୁ । ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି । ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି। ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି। ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ। ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ହାରାହାରି ୧୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ। ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି । ଆଜି ଓଡିଶା ଆତ୍ମବିଶ୍ବାସର ସହ ଆଗକୁ ବଢୁଛି। ସଶକ୍ତି ହେଉଛି। ଓଡିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୂହୁର୍ତ୍ତ । ସରକାରୀ କର୍ମଚାରୀ ମାନଙ୍କୁ ମୋର ଅନୁରୋଧ, ଆପଣମାନେ
ସମସ୍ତେ ଭଲ କାମ କରନ୍ତୁ। ନିଷ୍ଠାର ସହ ଲୋକଙ୍କ ସେବା କରନ୍ତୁ ଦାୟିତ୍ବ ପାଳନ କରିବାବେଳେ, ୫-ଟି ଉପକ୍ରମ-ଟିମ୍ ୱାର୍କ, ଟେକ୍ନୋଲୋଜି, ଟ୍ରାନ୍ସଫାରେନ୍ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ। ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Share

Leave a Reply