କଟକ : ଆସନ୍ତା ମାର୍ଚ୍ଚ ୧୦ ତାରିଖରୁ ଚଳିତବର୍ଷର ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ନେଇ ଆଜି ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି। ପରୀକ୍ଷା ମାର୍ଚ୍ଚ ୧୦ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏ ନେଇ ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି।
ରାଜ୍ୟରେ ଚଳିତବର୍ଷ ୫ ଲକ୍ଷ ୪୨ ହଜାର ଛାତ୍ରଛାତ୍ରୀ ୩୦୨୯ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ। ବୋର୍ଡ ପକ୍ଷରୁ ହେଉଥିବା ସାମ୍ବାଦିକ ସମ୍ମିଳନୀରେ ବୋର୍ଡର ସଭାପତିଙ୍କ ସହ ଉପ ସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି, ସମ୍ପାଦକ ସୁମିତା ସରକାର ଉପସ୍ଥିତ ଥିଲେ।