ମୁଖ୍ୟ ଖବର

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

By Angul TV Bureau

August 09, 2022

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ପ୍ରବଳ ବର୍ଷା ଜାରି ରହିଛି। ଘନୀଭୂତ ହୋଇଛି ଓ୍ବେଲମାର୍କ ଲୋ- ପ୍ରେସର। ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅବପାତ ଏବେ ଛତିଶଗଡ ମୁହାଁ ହୋଇଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୪ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲା ମଧ୍ୟରେ ଅଛନ୍ତି ବରଗଡ଼, ସମ୍ବଲପୁର, ଅନୁଗୁଳ ଓ କେନ୍ଦୁଝର। ଏହି ଜିଲ୍ଲାମାନଙ୍କରେ ୨୦୦ରୁ ୨୫୦ ମିଲିମିଟର ବର୍ଷା ସମ୍ଭାବନା ଥିବାରୁ ସତର୍କତା ଜାରି କରାଯାଇଛି।

ସେହିପରି ୧୪ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ଉଠିବ। ଏଣୁ ଆସନ୍ତା ୧୧ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।