ଅନୁଗୁଳ: ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ରଙ୍କାସିଂହା ଗାଁ ପୋଖରେ ବୁଡ଼ି ଗୁରୁବାର ସକାଳେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସୂଚନା ଯେ, ସତୀ ବେହେରା ନାମକ ଜଣେ ମହିଳା ସକାଳ ପ୍ରାୟ ୮ଟା ସମୟରେ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ତେବେ ସେଠାରେ ତାଙ୍କର ଗୋଡ଼ ଖସି ଯିବାରୁ ସେ ପାଣିରେ ବୁଡ଼ିଯାଇଥିଲେ।
ସ୍ଥାନୀୟ ଲୋକଙ୍କ ସହାୟତାରେ ମହିଳାଙ୍କୁ ଉଦ୍ଧାର କରାଯାଇଥିଲା। ତେବେ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏ ନେଇ ସୂଚନା ପାଇବାପରେ ପୁଲିସ ପହଞ୍ଚି ଶବକୁ ଜବତକରି ଏକ ଅପମୃତ୍ୟୁ ମାମଲା ରୁଜୁକରି ଶବ ବ୍ୟବଛେଦ କରାଇଛି।