ଭୁବନେଶ୍ୱର: ତାମିଲନାଡୁ ଓ ଆନ୍ଧ୍ର ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହା ଧିରେ ଧିରେ ଦକ୍ଷିଣ ଆଣ୍ଡାମାନ ସାଗର ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ଧିରେ ଧିରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହୋଇପାରେ। ୧୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୬ ଓ ୧୭ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ଆଜି ମଧ୍ୟ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି। ଅନୁଗୁଳରେ ସକାଳୁ ବର୍ଷା ଲାଗି ରହିଛି।
ବଙ୍ଗୋପସାଗରରେ ଅବପାତ ସକ୍ରିୟ, ରାଜ୍ୟରେ ୧୭ ତାରିଖ ଯାଏ ବର୍ଷା ସମ୍ଭାବନା
- Post published:November 13, 2021
- Post category:ଅନ୍ୟାନ୍ୟ / ମୁଖ୍ୟ ଖବର
- Post comments:0 Comments
- Post author:Swagatika Samantray

Tags: Angul