ଭୁବନେଶ୍ୱର: ରାଜ୍ୟରେ ବଦଳିବ ପାଗ। କାଲିଠାରୁ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ମଧ୍ୟ ହୋଇପାରେ।
ଉତ୍ତର-ପଶ୍ଚିମ ଓଡ଼ିଶା ଏବଂ ଏହାର ସଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ କାଲବୈଶାଖୀ ଜନିତ ବର୍ଷା ଜାରି ରହିବ। ଏହି ସମୟରେ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ଆଶଙ୍କା ରହିଛି।
ଆସନ୍ତାକାଲି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
୯ ତାରିଖ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, କଟକ, ଯାଜପୁର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ପାଣିପାଗର ଏହି ପରିବର୍ତ୍ତନକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।


