ଅନୁଗୁଳ : ସ୍ୱାଧୀନତାର ୭୫ ବର୍ଷ ପୂରଣ ଅବସରରେ ଚଳିତବର୍ଷ ପାଳିତ ହେଉଛି ଅମୃତ ମହୋତ୍ସବ। ଏଥିପାଇଁ ଆସନ୍ତା ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ପାଇଁ ଅନୁଗୁଳ ଭାରତୀୟ ଜନତା ପାର୍ଟି ଜିଲ୍ଲା କାର୍ଯ୍ୟାଳୟ ଠାରେ ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ସଭାପତିତ୍ବରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।
ବୈଠକରେ ମୁଖ୍ୟ ଅତିଥିଭାବେ ଭାରତୀୟ ଜନତା ପାର୍ଟି ରାଜ୍ୟ ଉପସଭାନେତ୍ରୀ ଅନିତା ଶୁଭଦର୍ଶିନୀ ପଟ୍ଟନାୟକ, ରାଜ୍ୟ ବିଜେପି ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ଵାଳ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଅମୃତ ମହୋତ୍ସବକୁ ଗଣପର୍ବ ଭାବେ ପାଳନ କରିବା ଆହ୍ୱାନ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଜେପି ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ଅନୁଗୁଳ ଜିଲ୍ଲା ପ୍ରଭାରୀ ସୀମାଞ୍ଚଳ ଖଟେଇ, ପୂର୍ବତନ ମନ୍ତ୍ରୀ ସଂଜୀବ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଅଗସ୍ତି ବେହେରା, ପ୍ରତିମା ମିଶ୍ର, ମହିଳା ମୋର୍ଚ୍ଚା ଜିଲ୍ଲା ପ୍ରଭାରୀ ନିରୋଜ ନଳିନୀ ମହାଳିକ, ଜିଲ୍ଲା ଉପସଭାପତି ଲିଙ୍ଗରାଜ ଦାସ, ନୃସିଂହ ବରାଳ, ଚୌଧୁରୀ ପ୍ରଧାନ, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରକାଶ ମହାରଣା ଓ ସୁଦିପ ଗଡ଼ନାୟକ, କୃଷକ ମୋର୍ଚ୍ଚା ସଭାପତି ବିଜୟ ମାଝୀ, ମହିଳା ମୋର୍ଚ୍ଚା ସଭାନେତ୍ରୀ ବସନ୍ତ ମଞ୍ଜରୀ ପ୍ରଧାନ, ଓବିସି ମୋର୍ଚ୍ଚା ସଭାପତି ସରୋଜ ଜେନା, ଜିଲ୍ଲା ସମ୍ପାଦକ ସୋମନାଥ ରାଉତ, ପ୍ରଭାତ ପ୍ରଧାନ, ନମିତା ଦଳବେହେରା ଓ ଚିତ୍ତରଞ୍ଜନ ମେହେର, ଜିଲ୍ଲା କୋଷାଧ୍ୟକ୍ଷ ବିଶ୍ୱଜିତ ମିଶ୍ରଙ୍କ ସମେତ ଶତାଧିକ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।