ଆଜି ଉତ୍କଳ ଦିବସ: ଓଡ଼ିଶାର ପ୍ରତିଷ୍ଠା ଦିବସ

0

ଆଜି ଉତ୍କଳ ଦିବସ। ଓଡ଼ିଶାର ପ୍ରତିଷ୍ଠା ଦିନ। ୧୯୩୬ ମସିହା ଏପ୍ରିଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହୋଇଥିଲା ଆମ ରାଜ୍ୟ। ସେହି ଦିନକୁ ମନେ ପକାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ବା ଓଡ଼ିଶା ଦିବସ ରୂପେ ପାଳନ କରାଯାଏ।

ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା। ପରେ ୧୯୯୨ ମସିହାରେ ଓଡ଼ିଶାର ଏସବୁ ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା । ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଉତ୍କଳ ଦିବସ ନାମରେ ପାଳନ କରାଯାଇ ସ୍ୱତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ ।

ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଭାରତ ପ୍ରଥମ ରାଜ୍ୟ ହେଉଛି ଓଡ଼ିଶା। ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ଆମ ରାଜ୍ୟ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ “ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ” ଗଠନ କରିବା ପାଇଁ ଦାବି ହୋଇଥିଲା। ଏଥିପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତି ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିଥିଲେ। ଶେଷରେ ତାଙ୍କ ଆନ୍ଦୋଳନ ସଫଳ ହୋଇଥିଲା ଓ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ହୋଇଥିଲା।

Leave A Reply

Your email address will not be published.

error: Content is protected !!