ଅନୁଗୁଳ: ଆଜି (ସୋମବାର) ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର
ପଇତାଲାଗି ନୀତି ଅନୁଷ୍ଠିତ ହେବାକୁ ଥିବା ବେଳେ ୫ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି ଅପରାହ୍ନରେ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ୨୧ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ୪ ଦିନ ପାଇଁ ରଭଣ୍ଡାର ମରାମତି ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ତରଫରୁ ଜଣାପଡ଼ିଛି।
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
