ପୁରୀ/ଅନୁଗୁଳ: ଦ୍ଵିତୀୟ ଥର ପାଇଁ ଓଡ଼ିଶାରୁ ଗଡ଼ିଛି ବନ୍ଦେ ଭାରତ ଏକ୍ସପ୍ରେସ୍। ପୁରୀରୁ ତାଳଚେର ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ କରାଯାଇଛି। ଟ୍ରାଏଲ ରନ୍ ବେଳେ ଏହି ଟ୍ରେନ୍ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢେଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ରହିଥିଲା।
ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରେ ବାହାରି ଦିନ ୧୨ଟା ୩୦ରେ ତାଳଚେରରେ ପହଞ୍ଚି ଥିଲା। ଏହି ଟ୍ରେନର ଚଳପ୍ରଚଳ ଦ୍ଵାରା ପଶ୍ଚିମ ଓଡ଼ିଶାବାସୀ ଉପକୃତ ହେବେ।
ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ମେ ୧୮ ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ପୁରୀରୁ ହାୱଡ଼ା ପର୍ଯ୍ୟନ୍ତ ଗଡ଼ିଥିଲା ବନ୍ଦେ ଭାରତ ଏକ୍କପ୍ରେସ । ପୁରୀ-ହାୱଡା ଯାତାୟାତ ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀରୁ ଆଭାସୀ ଜରିଆରେ ‘ବନ୍ଦେ ଭାରତ ଏକ୍ସପ୍ରେସ୍’କୁ ପତାକା ଦେଖାଇ ଲୋକାର୍ପିତ କରିଥିଲେ।