ଅନ୍ୟାନ୍ୟ

ତୁବେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ ଆୟୋଜିତ

By Angul TV Bureau

January 16, 2025

ଅନୁଗୁଳ: ଅନୁଗୁଳ ଜିଲ୍ଲା ତୁବେ ଗ୍ରାମସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଛେଣ୍ଡିପଦା ବିଧାୟକ ଅଗସ୍ତି କୁମାର ବେହେରା ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉତ୍ସବ ଆରମ୍ଭ କରିଥିଲେ। ସମ୍ମାନିତ ଅତିଥି ଭାବେ ୨୫ ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟ ଦିଲ୍ଲୀପ ପ୍ରଧାନ, ଅନୁଗୁଳର ଅତିରିକ୍ତ ତହସିଲଦାର ପ୍ରଶାନ୍ତ ସିଂହ, ବଅଁରପାଳ ବ୍ଲକ ଉପାଧ୍ୟକ୍ଷl ବନିତା ସାହୁ, ତୁବେ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚିତ୍ତରଂଜନ ସାହୁ, ସରପଞ୍ଚ ଅନିଲ ପ୍ରଧାନ, ପୂର୍ବତନ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ମହାନ୍ତି, ତୁବେ ସୋସାଇଟିର ସଭାପତି ସତ୍ୟଜିତ୍ ପ୍ରଧାନ ଯୋଗ ଦେଇଥିଲେ।

କାର୍ଯ୍ୟକ୍ରମରେ ବିଦ୍ୟାଳୟରେ କୃତିତ୍ୱ ଲାଭ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅତିଥି ମାନପତ୍ର ପ୍ରଦାନ କରାଯାଇଥିଲା। ଛାତ୍ରଛାତ୍ରୀ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବା ସହ ନୃତ୍ୟ ସଙ୍ଗୀତ ପରିବେଷଣ କରିଥିଲେ। ପରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସତ୍ୟଜିତ୍ ପ୍ରଧାନଙ୍କ ଦ୍ଵାରା ମାଧୁରୀ ନାମକ ଏକ ପୁସ୍ତକ ଅତିଥିଙ୍କ ଦ୍ଵାରା ଉନ୍ମୋଚନ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ବିଦ୍ୟାଳୟ ପରିଚାଳନା କମିଟି ସହଯୋଗ କରିଥିଲେ।