ବିଷ ପିଇ ଦୁଇ ଜଣଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

You are currently viewing ବିଷ ପିଇ ଦୁଇ ଜଣଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ଅନୁଗୁଳ: ସ୍ଥାନୀୟ ସଦର ଓ  ଜରପଡା ଥାନା ଅଞ୍ଚଳରେ ବିଷ ପିଇ ଦୁଇ ଜଣ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।

ସୂଚନା ମୁତାବକ, ବଲାସିଂହା ପଞ୍ଚାୟତର ବାଲି ସାହି ଗ୍ରାମର ଗିରିଶ ସାହୁ (୭୦) କୌଣସି କାରଣରୁ ବିଷ ପିଇ ଗୁରୁତର ହୋଇଥିଲେ। ତାଙ୍କୁ ଘର ଲୋକେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଡାକ୍ତରଖାନା କର୍ତ୍ତୃପକ୍ଷ ଥାନାରେ ଜଣାଇବା ପରେ ପୋଲିସ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯିବା ପରେ ଘର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।

ସେହିଭଳି ଜରପଡା ଥାନା ଅନ୍ତର୍ଗତ ତୁବେ ଗ୍ରାମର ବ୍ରଜମୋହନ ସାହିର କିଶୋର ବେହେରାଙ୍କ ପୁଅ ନାଉରୀ ବେହେରା (୩୪) ଘରେ ଝଗଡ଼ା ହେବା ପରେ କୀଟନାଶକ ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାକୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଡାକ୍ତରଖାନା କର୍ତ୍ତୃପକ୍ଷ ଥାନାରେ ଜଣାଇବା ପରେ ପୋଲିସ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।

Share

Leave a Reply