ମୁଖ୍ୟ ଖବର

ସାମାଜିକ ସୁରକ୍ଷା ଭତ୍ତାକୁ ନଗଦ ଅର୍ଥ ଆକାରରେ ଦେବା ନିଷ୍ପତ୍ତିର ପୁର୍ନବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

By Angul TV Bureau

May 24, 2023

ଅନୁଗୁଳ : ଓଡ଼ିଶା ସରକାରଙ୍କ ଦ୍ୱାରା ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗ ମାନଙ୍କ ସାମାଜିକ ସୁରକ୍ଷା ଭତ୍ତାକୁ ଡିବିଟି ବଦଳରେ ନଗଦ ଅର୍ଥ ଆକାରରେ ଦେବାର ନିଷ୍ପତ୍ତିକୁ ବିରୋଧ କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ନିର୍ଣ୍ଣୟ ଦୁର୍ନୀତିମୁକ୍ତ ଶାସନ ଦିଗରେ ପଛଘୁଞ୍ଚା ଦେବା ତଥା ଜନକଲ୍ୟାଣ ସେବା ପ୍ରଦାନ କରିବାର ବିପରୀତ ଦିଗକୁ ଦର୍ଶାଉଛି । ତେଣୁ ସ୍ୱଚ୍ଛତା ବଜାୟ ରଖିବା ତଥା ଭ୍ରଷ୍ଟାଚାରକୁ ଦୂର କରିବାର ପ୍ରତିବଦ୍ଧତାକୁ ଧ୍ୟାନରେ ରଖି ଏହି ନିଷ୍ପତ୍ତିର ପୁନର୍ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ମାଧ୍ୟମରେ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ୱରେ ଭାରତ ସରକାରଙ୍କ ଫଳପ୍ରଦ ଯୋଜନା ଗୁଡିକ ବିନା କୌଣସି ମଧ୍ୟସ୍ଥିରେ ପ୍ରତ୍ୟେକ ନାଗରିକଙ୍କ ପାଖରେ ପହଞ୍ଚୁଛି ।

ଏଣୁ ଡିବିଟି ଫ୍ରେମଓ୍ୱାର୍କ ସହିତ ବରିଷ୍ଠ ନାଗରିକ ଭତ୍ତା, ସାମାଜିକ ସୁରକ୍ଷା ଯୋଜନା ଏବଂ ଅନ୍ୟାନ୍ୟ ଆର୍ଥିକ ଯୋଜନାର ଅର୍ଥ ପ୍ରଦାନକୁ ବର୍ତ୍ତମାନ ଉପଲବ୍ଧ ବ୍ୟାଙ୍କ୍ ମିତ୍ର, ଭାରତୀୟ ଡାକର ବ୍ୟାପକ ନେଟଓ୍ୱାର୍କ ଓ ଜନସେବା କେନ୍ଦ୍ର ବ୍ୟବହାର କରାଯିବା ଦରକାର । ଏ ଗୁଡିକ ଅଭିନବ ଉପାୟରେ ଅପହଞ୍ଚ ଲୋକଙ୍କୁ ସେବା ପ୍ରଦାନ କରିପାରିବ ବୋଲି କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ।