ମୁଖ୍ୟ ଖବର

୨୧ ରେ ଅନୁଗୁଳ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

By Angul TV Bureau

May 19, 2023

ଅନୁଗୁଳ : କେନ୍ଦ୍ର ଶିକ୍ଷା ଦକ୍ଷତା ବିକାଶ ଓ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୨୧ ତାରିଖ ରବିବାର ଦିନିକିଆ ଅନୁଗୁଳ ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏ ନେଇ ଜିଲ୍ଲା ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି ବୋଲି ଜିଲ୍ଲା ସଭାପତି ଦିଲେଶ୍ୱର ପ୍ରଧାନ ସୂଚନା ଦେଇଛନ୍ତି।

ପୂର୍ବାହ୍ନରେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱରରୁ ଅନୁଗୁଳ ଆସି ନାଲକୋରେ ନାଲକୋ ଠିକା ମଜଦୁର ସଂଘର ରୌପ୍ୟ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ପରେ ମାଳତୀ ଚୌଧୁରୀ ଆଶ୍ରମ ପରିଭ୍ରମଣ କରିବା ସହ ବିଭିନ୍ନ ବ୍ୟକ୍ତି ବିଶେଷଙ୍କ ସହ ସାକ୍ଷାତ କରିବେ।

ଅପରାହ୍ନରେ ବନ୍ତଳା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ରୌପ୍ୟ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ଢେଙ୍କାନାଳ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ବିଜେପି ଜିଲ୍ଲା ମିଡ଼ିଆ ସେଲ ଅଧ୍ୟକ୍ଷ ପର୍ଶୁରାମ ବାରିକ ସୂଚନା ଦେଇଛନ୍ତି।