ମୁଖ୍ୟ ଖବର

ଆସନ୍ତାକାଲି ଅନୁଗୁଳ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟର କରିବେ ଶୁଭାରମ୍ଭ

By Angul TV Bureau

May 14, 2025

ଅନୁଗୁଳ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁବାର ଅନୁଗୁଳ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି। ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ଅଞ୍ଚଳ ଗସ୍ତ କରି ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ। ଆଠମଲ୍ଲିକ କଲେଜ କ୍ୟାମ୍ପସରେ କେନ୍ଦ୍ରୀୟ ବିଦ୍ୟାଳୟର ଉଦଘାଟନ କରିବା ସହ ଟାଙ୍ଗିଆନିଶା ଅଞ୍ଚଳରେ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସର ଶୁଭ ଦେବେ କେନ୍ଦ୍ରମନ୍ତ୍ରୀ।

ଆଠମଲ୍ଲିକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ। ପରେ ସମ୍ବଲପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆଠମଲ୍ଲିକ ଅଞ୍ଚଳର କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ଜନସାଧାରଣ ଖୁସି ପ୍ରକଟ କରିବା ସହ କେନ୍ଦ୍ରମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତକୁ ନେଇ ବ୍ୟାପକ ପ୍ରସ୍ତୁତି ଚଳାଇଛନ୍ତି ବିଜେପି କାର୍ଯ୍ୟକର୍ତ୍ତା।