ମୁଖ୍ୟ ଖବର

ଅନୁଗୁଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

By Angul TV Bureau

June 10, 2022

ଅନୁଗୁଳ : ଅନୁଗୁଳ ଗସ୍ତରେ କେନ୍ଦ୍ର ଶିକ୍ଷା ଦକ୍ଷତା ବିକାଶ ଓ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ କେନ୍ଦ୍ର ମନ୍ତ୍ରୀ ଅନୁଗୁଳ ଆସିଛନ୍ତି।

ଶୁକ୍ରବାର ସନ୍ଧ୍ୟାରେ ସେ ନାଲକୋ ଅତିଥି ଭବନରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ଜିଲ୍ଲା ବିଜେପି ସଭାପତି ଡିଲେଶ୍ଵର ପ୍ରଧାନ ସମ୍ବର୍ଦ୍ଧନା ଜଣାଇଥିଲେ। ଏ ଅବସରରେ ନାଲକୋର ଇଡି ଅମ୍ବିକା ପ୍ରସାଦ ପଣ୍ଡାଙ୍କ ସମେତ ବରିଷ୍ଠ ଅଧିକାରୀ, ବିଭିନ୍ନ ଶ୍ରମିକ ସଂଗଠନର କର୍ମ କର୍ତ୍ତା, ନିର୍ବାଚିତ ପ୍ରତିନିଧିମାନେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ବିଜେପି ନେତା ପ୍ରାକ୍ତନ ସାଂସଦ ରୁଦ୍ର ନାରାୟଣ ପାଣି, ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଅଗସ୍ତି ବେହେରା, ବରିଷ୍ଠ ନେତା ଯଯାତି ପଟ୍ଟନାୟକ, ଦିଲ୍ଲୀପ ପ୍ରଧାନ, ସାଧାରଣ ସମ୍ପାଦକ ସୁଦିପ ଗଡ଼ନାୟକ, ପ୍ରକାଶ ମହାରଣା, ଜିଲ୍ଲା ମିଡ଼ିଆ ସେଲ ଅଧ୍ୟକ୍ଷ ପର୍ଶୁରାମ ବାରିକ, ସମୀର ପରିଡାଙ୍କ ସମେତ ବହୁ କାର୍ଯ୍ୟ କର୍ତ୍ତା ଉପସ୍ଥିତ ଥିଲେ।