କେନ୍ଦ୍ର କୋଇଲା ମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଲୋଚନା, ବଢ଼ିବ ଠିକା ଶ୍ରମିକଙ୍କ ମଜୁରୀ

You are currently viewing କେନ୍ଦ୍ର କୋଇଲା ମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଲୋଚନା, ବଢ଼ିବ ଠିକା ଶ୍ରମିକଙ୍କ ମଜୁରୀ

ଅନୁଗୁଳ: ଅନୁଗୁଳ ଖଣି ଅଞ୍ଚଳର ବିଭିନ୍ନ ସମସ୍ୟା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଏବଂ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ଆଲୋଚନା କରିଛନ୍ତି। ଏଥିରେ ମୁଖ୍ୟତଃ ଅନୁଗୁଳ ଓ କୁଲାଡ଼ରେ ଟ୍ରକ୍ ଦ୍ୱାରା ଆଲୁମିନିୟମ ପରିବହନ ଓ କୋଇଲା ଓ ଖଣିରେ କାମ କରୁଥିବା ଠିକା ଶ୍ରମିକଙ୍କ ଦୈନିକ ମଜୁରୀ ବୃଦ୍ଧି ନେଇ ଆଲୋଚନା ହୋଇଛି। ଏହା ସହିତ ନାଲକୋ ଦ୍ୱାରା ସ୍ମେଲଟର ପ୍ଲାଣ୍ଟର ସମ୍ପ୍ରସାରଣ ନେଇ ମଧ୍ୟ ଆଲୋଚନା ହୋଇଥିବା ମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ କରି ସୂଚନା ଦେଇଛନ୍ତି।

ଏଥିସହ କୋଇଲା ଖଣି ଅଞ୍ଚଳରେ ସ୍ଥାନୀୟ ଲୋକଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଭିତ୍ତିଭୂମି, ପାନୀୟ ଜଳ, ମୌଳିକ ସମସ୍ୟାକୁ ପ୍ରାଥମିକତା ଭିତ୍ତିରେ କରିବା ପାଇଁ ସିଏସଆର ଖର୍ଚ୍ଚ ଅଟକଳକୁ ବୃଦ୍ଧି କରିବାକୁ କୁହାଯାଇଛି। ସମସ୍ତ ବିଷୟକୁ ଅନୁଧ୍ୟାନ କରାଯାଇ ଉଚିତ୍ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

Share

Leave a Reply