ଉତ୍ତରପଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆୟୋଜିତ

You are currently viewing ଉତ୍ତରପଡା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆୟୋଜିତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଉତ୍ତରପଡ଼ା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ଶତପଥୀଙ୍କ ତତ୍ତ୍ୱାବଧାନରେ ଶନିବାର ଅନୁଷ୍ଠିତ ହୋଇଛି। ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ସମ୍ମାନିତ ଅତିଥି ଭାବରେ ପୌରାଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ ଉପସ୍ଥିତ ଥିଲେ। ପରେ ବିଦ୍ୟାଳୟ ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ୧୯ ନଂ ୱାର୍ଡ କାଉନସିଲର ବଳରାମ ଜେନା, ପ୍ରାକ୍ତନ ପ୍ରଧାନ ଶିକ୍ଷୟିତ୍ରୀ ସାରଦା ଦେବୀ,   ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରାଜେନ୍ଦ୍ର ପଟ୍ଟନାୟକ, ବିଦ୍ୟାଳୟ ପଞ୍ଚସଖା ଶିକ୍ଷା ସେତୁର ସଭାପତି ବୃନ୍ଦାବନ ସ୍ୱାଇଁ ଉପସ୍ଥିତ ଥିଲେ।

Share

Leave a Reply