ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ଓ ଅନୁଗୁଳ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

You are currently viewing ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ଓ ଅନୁଗୁଳ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଅନୁଗୁଳ: ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ରଜନୀକାନ୍ତ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।

ଏ ଅବସରରେ ସକାଳୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇ ସହର ପରିକ୍ରମା କରାଯିବା ସହ ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରଛାତ୍ରୀଙ୍କ ଦ୍ବାରା ପ୍ରଭାତ ଫେରୀ କରାଯିବ। ପରେ ସହରରେ ଥିବା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ରାଜ୍ୟ ସରକାରଙ୍କ ଦ୍ବାରା ସ୍ଥିରୀକୃତ ମୁଖ୍ୟ ଅତିଥି ଓ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଦ୍ବାରା ମାଲ୍ୟାର୍ପଣ କରାଯିବ। ଓଡିଶା ଦିବସ ଉପଲକ୍ଷେ ଚଳିତ ମାସ ୨୭ ତାରିଖରେ ବକ୍ତୃତା, ଦେଶାତ୍ମବୋଧକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ସେହିପରି ରକ୍ତଭଣ୍ଡାର ଓ ପତଞ୍ଜଳି ଯୋଗ ସମିତି ଦ୍ବାରା ରକ୍ତଦାନ ଶିବିର ଆୟୋଜିତ ହେବ। ସନ୍ଧ୍ୟାରେ ସଭାଘର ଠାରେ ସାଧାରଣ ସଭା ଓ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ।
ଆଜି ବୈଠକରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କୈଳାଶ ଚନ୍ଦ୍ର ବେହେରା ସମସ୍ତଙ୍କୁ ସ୍ବାଗତ ଜଣାଇବା ସହ ବିଗତ ବର୍ଷର ବିବରଣୀ ପାଠ କରିଥିଲେ। ଓଡିଶା ଦିବସ ଓ ଜିଲ୍ଲା ପ୍ରତିଷ୍ଠା ଦିବସ ଗୋଟିଏ ଦିନରେ ପଡ଼ୁଥିବାରୁ ବିଭିନ୍ନ କୋଠାବାଡିକୁ ଆଲୋକମାଳାରେ ସମ୍ପୃକ୍ତ ଅନୁଷ୍ଠାନର କର୍ମକର୍ତ୍ତା ସଜାଇବେ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ସନ୍ତୋଷ କୁମାର ପ୍ରଧାନ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଅନୁଗୁଳ ପୌରପାଳିକାର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରତିଭା ବାରିକଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଗଣମାଧ୍ୟମର ପ୍ରତିନିଧି, ବୁଦ୍ଧିଜୀବୀ ପ୍ରମୁଖ ଉପସ୍ଥିତ ଥିଲେ।

Share

Leave a Reply