ବିଜୁ ଯୁବ ଜନତା ଦଳ ପକ୍ଷରୁ ବସଲା ପଞ୍ଚାୟତରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର: ୩୬ ୟୁନିଟ ରକ୍ତ ସଂଗୃହୀତ

You are currently viewing ବିଜୁ ଯୁବ ଜନତା ଦଳ ପକ୍ଷରୁ ବସଲା ପଞ୍ଚାୟତରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର: ୩୬ ୟୁନିଟ ରକ୍ତ ସଂଗୃହୀତ

ଅନୁଗୁଳ: ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆଜି ଅନୁଗୁଳ ବ୍ଲକର ବସଲା ପଞ୍ଚାୟତରେ ବିଜୁ ଯୁବ ଜନତା ଦଳ ଦ୍ବାରା ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଛି। ଶିବିରରେ ମୋଟ୍ ୩୬ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ( ବସୁଧା ) ର ଉପଦେଷ୍ଟା ତଥା ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଦିନେଶ ପ୍ରଧାନ ଉପସ୍ଥିତ ରହି ସମସ୍ତ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଶିବିରକୁ ବସଲା ସରପଞ୍ଚ ଚନ୍ଦନ କୁମାର ସାହୁ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥିଭାବେ ବିଜୁ ମହିଳା ଜନତା ଦଳର ଜିଲ୍ଲା ସାଧାରଣ ସମ୍ପାଦିକା ମମତା ପ୍ରଧାନ ସାମିଲ ହୋଇଥିଲେ।
ଅନ୍ୟମାନଙ୍କ ମଧ୍ୟରେ ବିଜୁ ଯୁବ ଜନତା ଦଳର ଯୁବ ନେତା କିଶାନ କୁମାର ବେହେରା, ସନ୍ତୋଷ କୁମାର ସାହୁ, ମୃତ୍ୟୁଞ୍ଜୟ ସାହୁ, ଅଲିଭା ସାହୁ, ଅନ୍ତର୍ଯ୍ୟାମୀ ପ୍ରଧାନ ପ୍ରମୁଖ ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତା ପରିଚାଳନାରେ ସହଯୋଗ କରିଥିଲେ।

Share

Leave a Reply